ଟଙ୍କା ଦେଇପାରିଲେନି ବୋଲି ସରକାରଙ୍କ ସମ୍ପତ୍ତି ନିଲାମ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଠିକାଦାରଙ୍କ ଟଙ୍କା ଦେଇପାରିଲେନି ସରକାର । ନିଲାମ ହେଲା ନିର୍ମାଣ ସୌଦ୍ଧରେ ଥିବା କୋଠାବାଡି ମୁଖ୍ୟଯନ୍ତ୍ରୀଙ୍କ କାର୍ୟ୍ୟାଳୟର ଆସବାବପତ୍ର । ୧୮ ଲକ୍ଷ ଟଙ୍କା ଦେଇପାରିଲେନି ସରକାର । ନିଲାମ ହେଲା ସରକାରଙ୍କ ସମ୍ପତ୍ତି । ଭୁବନେଶ୍ୱର ସିନିୟର ଡିଭିଜନ ସବ ଜଜଙ୍କ ନିର୍ଦ୍ଦେଶ କ୍ରମେ ଏହି ନିଲାମ ପ୍ରକ୍ରିୟା ଚାଲିଛି । କାର୍ଯ୍ୟାଳୟରୁ ଆସବାବପତ୍ର ଟେକି ନେଇଛନ୍ତି କୋର୍ଟ କର୍ମଚାରୀ । କନଷ୍ଟ୍ରକସନ ଇଣ୍ଡିଆର ଠିକାଦାର ଦିନେଶ ପାଠକ ସରକାରଙ୍କଠାରୁ ୧୮ଲକ୍ଷ ଟଙ୍କା ପାଇବାର ଅଛି । କିନ୍ତୁ ନିର୍ଦ୍ଧାରିତ ସମୟରେ ଟଙ୍କା ନପାଇବାରୁ ସେ ପୁଣି କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଆଉ ସେହି ମାମଲାର ଶୁଣାଣି କରି ସମ୍ପତି ନିଲାମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ପୂର୍ବରୁ ଏହି ମାମଲାରେ ସମୟ ନେଇଥିଲେ ମୁଖ୍ୟଯନ୍ତ୍ରୀ । ହେଲେ, ନିର୍ଦ୍ଧାରିତ ସମୟ ମଧ୍ୟରେ ଟଙ୍କା ପୈଠ କରିନଥିଲେ କୋଠାବାଡି ମୁଖ୍ୟଯନ୍ତ୍ରୀ । ତେଣୁ କାର୍ଯ୍ୟାଳୟରେ ପହଂଚି ଜିନିଷ ପତ୍ର ଉଠାଇ ନେଇଥିଲେ କୋର୍ଟ କର୍ମଚାରୀ । ତେବେ ପଇସା ପୈଠ କରିବା ପାଇଁ ପ୍ରତିଶ୍ରୁତି ମିଳିବା ପରେ ନିଲାମ କାର୍ଯ୍ୟ ସ୍ଥଗିତ ରଖାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ