Masthead

ଦିନକ ପରେ ଆରମ୍ଭ ହେବାକୁ ଯାଉଛି ଜି-୨୦ ସମ୍ମିଳନୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଜି-୨୦ ବୈଠକ ପାଇଁ ସଜେଇ ହୋଇଛି ଦିଲ୍ଲୀ କ୍ୟାପିଟାଲ । ଦୁଇ ଦିନ ଧରି ହେବାକୁ ଥିବା ଏହି ବୈଠକରେ ଆମେରିକା ରାଷ୍ଟ୍ରପତି ଜୋ ବିଡେନଙ୍କ ସମେତ ବହୁ ରାଷ୍ଟ୍ରର ନେତା ଓ ପ୍ରତିନିଧି ଯୋଗଦେବେ । ଜି-୨୦ ଶିଖର ସମ୍ମିଳନୀର ବଡ ଆୟୋଜନକୁ ସଫଳ କରିବା ପାଇଁ ଲାଗି ପଡ଼ିଛନ୍ତି ସରକାର । ସମ୍ମିଳନୀ ପାଇଁ ବଦଳିଯାଇଛି ଦିଲ୍ଲୀର ରୂପରେଖ । ଅତିଥିଙ୍କୁ ସ୍ବାଗତ କରିବାକୁ ହୋଇଛି ସ୍ବତନ୍ତ୍ର ବ୍ୟବସ୍ଥା । ରାସ୍ତାଘାଟ ଠାରୁ ଆରମ୍ଭ କରି ଦର୍ଶନୀୟ ସ୍ଥାନ, ହୋଟେଲ ଆଦିକୁ ସୁନ୍ଦର ଭାବେ ସଜା ଯାଇଛି । ଦିଲ୍ଲୀକୁ ଅତି ଚମତ୍କାର ଭାବେ ସଜାଯାଇଛି । ଯୁଆଡ଼େ ଦେଖିବ ସେଠି ଆକର୍ଷଣୀୟ ସାଜସଜ୍ଜା ।

ଆଲୋକୀକରଣ ସାଙ୍ଗକୁ ରାସ୍ତା ପାର୍ଶ୍ବ, ସମ୍ମିଳନୀ ସ୍ଥଳ, ଗୁରୁତ୍ବପୂର୍ଣ୍ଣ ସ୍ଥାନକୁ ନୂଆ ଲୁକ୍ ଦିଆଯାଇଛି । ଅତିଥିମାନେ ରହିବାକୁ ଥିବା ହୋଟେଲ, ସମ୍ମିଳନୀ ସ୍ଥଳ, ରାସ୍ତା ପାର୍ଶ୍ବ ଏବଂ ଗୁରୁତ୍ବପୂର୍ଣ୍ଣ ସ୍ଥାନରେ ପାଖାପାଖି ସାଢେ ୭ ଲକ୍ଷ କୃତ୍ରିମ ଗଛ ଲଗାଯାଇଛି । ରଙ୍ଗ ବେରଙ୍ଗର ବିଭିନ୍ନ ଆକୃତିର ଏହି ଗଛ ଗୁଡ଼ିକ ଯେମିତି ସୁନ୍ଦର ହୋଇଛି ସେତିକି ମନଲୋଭା ବି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ