Masthead

ଆଶାକର୍ମୀଙ୍କ ମାସିକ ଦରମା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଶାକର୍ମୀଙ୍କ ମାସିକ ଦରମା ବୃଦ୍ଧି କଲେ ରାଜ୍ୟ ସରକାର । ମାସିକ ପାରିଶ୍ରମିକ ୪,୫୦୦ରୁ ୭ ହଜାର ଟଙ୍କାକୁ ବୃଦ୍ଧି । ସେବା ନିବୃତ୍ତି ପ୍ରୋତ୍ସାହନ ରାଶି ୫୦ ହଜାରରୁ ୧ ଲକ୍ଷକୁ ବୃଦ୍ଧି । ଏଥିରେ ଉପକୃତ ହେବେ ୪୯,୫୨୨ ଆଶାକର୍ମୀ । ବର୍ଷକୁ ଖର୍ଚ୍ଚ ହେବ ୨୦୮ କୋଟି । ଏହି ନୂତନ ଘୋଷଣା ଅନୁଯାୟୀ, ଆଶା କର୍ମୀ ମାନଙ୍କ ମାସିକ ପାରିଶ୍ରମିକ ୪,୫୦୦ ଟଙ୍କାରୁ ୭,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ସେବା ନିବୃତ୍ତି ସମୟରେ ପୂର୍ବରୁ ସେମାନେ ୫୦ ହଜାର ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧ ଲକ୍ଷ ଟଙ୍କା ପାଇବେ ।

ସେମାନଙ୍କ ପାରିଶ୍ରମିକ ବାବଦରେ ପୂର୍ବରୁ ରାଜ୍ୟ ସରକାର ବାର୍ଷିକ ୫୯.୪୩ କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ବାର୍ଷିକ ୨୦୮ କୋଟି ଟଙ୍କା ଖର୍ଚ୍ଚ କରିବେ। ସେହିଭଳି ସେବା ନିବୃତ୍ତି ସହାୟତା ବାବଦରେ ୫୫ ଲକ୍ଷ ଟଙ୍କା ରାଜ୍ୟ ସରକାର ବ୍ୟୟ ବହନ କରିବେ । ଆଶାକର୍ମୀମାନେ ରାଜ୍ୟରେ ଗର୍ଭବତୀ ଓ ପ୍ରସୂତି ମହିଳାଙ୍କ ସହାୟତା ପାଇଁ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରି ଆସୁଛନ୍ତି। ଗର୍ଭବତୀ ଓ ପ୍ରସୂତି ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ସରକାରୀ ଯୋଜନା ସମ୍ପର୍କରେ ସେମାନେ ସଫଳ ଭାବେ ସଚେତନ କରିପାରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’