Masthead

ଆଶାକର୍ମୀଙ୍କ ମାସିକ ଦରମା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଶାକର୍ମୀଙ୍କ ମାସିକ ଦରମା ବୃଦ୍ଧି କଲେ ରାଜ୍ୟ ସରକାର । ମାସିକ ପାରିଶ୍ରମିକ ୪,୫୦୦ରୁ ୭ ହଜାର ଟଙ୍କାକୁ ବୃଦ୍ଧି । ସେବା ନିବୃତ୍ତି ପ୍ରୋତ୍ସାହନ ରାଶି ୫୦ ହଜାରରୁ ୧ ଲକ୍ଷକୁ ବୃଦ୍ଧି । ଏଥିରେ ଉପକୃତ ହେବେ ୪୯,୫୨୨ ଆଶାକର୍ମୀ । ବର୍ଷକୁ ଖର୍ଚ୍ଚ ହେବ ୨୦୮ କୋଟି । ଏହି ନୂତନ ଘୋଷଣା ଅନୁଯାୟୀ, ଆଶା କର୍ମୀ ମାନଙ୍କ ମାସିକ ପାରିଶ୍ରମିକ ୪,୫୦୦ ଟଙ୍କାରୁ ୭,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ସେବା ନିବୃତ୍ତି ସମୟରେ ପୂର୍ବରୁ ସେମାନେ ୫୦ ହଜାର ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧ ଲକ୍ଷ ଟଙ୍କା ପାଇବେ ।

ସେମାନଙ୍କ ପାରିଶ୍ରମିକ ବାବଦରେ ପୂର୍ବରୁ ରାଜ୍ୟ ସରକାର ବାର୍ଷିକ ୫୯.୪୩ କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ବାର୍ଷିକ ୨୦୮ କୋଟି ଟଙ୍କା ଖର୍ଚ୍ଚ କରିବେ। ସେହିଭଳି ସେବା ନିବୃତ୍ତି ସହାୟତା ବାବଦରେ ୫୫ ଲକ୍ଷ ଟଙ୍କା ରାଜ୍ୟ ସରକାର ବ୍ୟୟ ବହନ କରିବେ । ଆଶାକର୍ମୀମାନେ ରାଜ୍ୟରେ ଗର୍ଭବତୀ ଓ ପ୍ରସୂତି ମହିଳାଙ୍କ ସହାୟତା ପାଇଁ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରି ଆସୁଛନ୍ତି। ଗର୍ଭବତୀ ଓ ପ୍ରସୂତି ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ସରକାରୀ ଯୋଜନା ସମ୍ପର୍କରେ ସେମାନେ ସଫଳ ଭାବେ ସଚେତନ କରିପାରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ