ଶପଥ ନେବେ ରାଜ୍ୟପାଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଶପଥ ନେବେ ନୂଆ ରାଜ୍ୟପାଳ ରଘୁବର ଦାସ । ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବରେ ଶପଥ ଗ୍ରହଣ କରିବେ ରଘୁବର । ସକାଳ ୧୦ ଟାରେ ଲିଙ୍ଗରାଜଙ୍କ ଦର୍ଶନ ପରେ ରାଜ୍ୟପାଳ ଭାବେ ଶପଥ ନେବେ । ଦିନ ୧୧ ଟା ୪୫ରେ ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ । ଦିନ ୧୧ଟା ୪୫ରେ ରାଜଭବନରେ ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ। ଗତକାଲି ଟ୍ରେନ ଯୋଗେ ଓଡ଼ିଶା ପହଞ୍ଚିବା ପରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଉଙ୍କ ଦର୍ଶନ କରିଥିଲେ ରଘୁବର।

ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ରାଜ୍ୟପାଳଙ୍କର ୮୦ଜଣ ବନ୍ଧୁ ଓ ପରିବାର ବର୍ଗ ତାଙ୍କ ସହ ଓଡ଼ିଶା ଆସିଛନ୍ତି। କେନ୍ଦ୍ର ସରକାରଙ୍କ ବିକାଶର ଯୋଜନା କିପରି ତୃଣମୂଳ ସ୍ତରରେ ସାଧାରଣ ଲୋକଙ୍କ ପାଖରେ ପଂହଚିପାରିବ, ସେ ନେଇ ଗୁରୁତ୍ୱ ରହିବ ବୋଲି ପ୍ରତିକ୍ରିୟା ରଖିଛନ୍ତି ନବ ନିଯୁକ୍ତ ରାଜ୍ୟପାଳ । ନୂଆ ରାଜ୍ୟପାଳ ରଘୁବର ଦାସଙ୍କୁ ରାଜଭବନରେ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ