Masthead

କାହାର ଜୀବନ ବଞ୍ଚାଇ ମୋତେ ବହୁତ ଖୁସି ଲାଗୁଛି: ମହମ୍ମଦ ସାମି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଭାରତୀୟ କ୍ରିକେଟର ମହମ୍ମଦ ସାମିଙ୍କ ମହାନତା । ନିଜ ଗାଡ଼ି ଅଟକାଇ ବଞ୍ଚାଇଲେ ଅନ୍ୟ ଜଣଙ୍କ ଜୀବନ । ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି । ସାମି ନୈନିତାଲ ଯାଉଥିବାବେଳ ତାଙ୍କ ଆଖି ଆଗରେ କାରଟି ପାହାଡ଼ ତଳକୁ ଖସିଯାଇଥିଲା । ଯେଉଁଥିରେ ଜଣେ ଲୋକ ଥିଲେ । ସାମି ସଙ୍ଗେ ସଙ୍ଗେ କାର ଅଟକାଇ ତାଙ୍କୁ ବଞ୍ଚାଇବା ପାଇଁ ପାହାଡ଼ ତଳକୁ ଯାଇଥିଲେ । ଆହତ ବ୍ୟକ୍ତିଙ୍କୁ ଉଦ୍ଧାର କରିବା ସହିତ ତାଙ୍କ ହାତରେ ପଟି ବାନ୍ଧିଥିଲେ । ଏହି ଭିଡିଓକୁ ସାମି ନିଜ ଇନଷ୍ଟାଗ୍ରାମ ପେଜରେ ମଧ୍ୟ ସେୟାର କରିଛନ୍ତି । ସେ ଲେଖିଛନ୍ତି କାହାର ଜୀବନ ବଞ୍ଚାଇ ବହୁତ ଖୁସି ଲାଗୁଛି । ମୁଁ ବହୁତ ଭାଗ୍ୟବାନ । ଆହତ ବ୍ୟକ୍ତିଙ୍କ କାର ମୋ ଗାଡ଼ି ଆଗରେ ପାହାଡ଼ି ରାସ୍ତାରେ ତଳକୁ ଖସି ପଡ଼ିଲା । ଆମେ ତାଙ୍କୁ ସୁରକ୍ଷିତ ବାହାରକୁ ଆଣିଥିଲୁ । ଖାଲି ସେତିକି ନୁହେଁ ମହମ୍ମଦ ସାମି ଆହତଙ୍କ ହାତରେ ପଟି ବାନ୍ଧୁଥିବା ଦୃଶ୍ୟ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ