Masthead

ପଂଚମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଗୁଣୁପୁର (ବଡ଼ ଖବର ବ୍ୟୁରୋ): ରାୟଗଡା ଜିଲ୍ଲା ପୁଟାସିଂ ଥାନା ଟଳନା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଜଣେ ଅନ୍ତେବାସୀ ଛାତ୍ରଙ୍କ ସନ୍ଦେହ ଜଣକ ମୃତ୍ୟୁ ଘଟିଛି । ବିଦ୍ୟାଳୟ ଶ୍ରେଣୀ ଗୃହରୁ ଛାତ୍ରଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି । ମୃତ ଛାତ୍ର ଜଣକ ଶିକ୍ଷା ବିଭାଗ ଦ୍ବାରା ପରିଚାଳିତ ହଷ୍ଟେଲରେ ରହି ପଂଚମ ଶ୍ରେଣୀରେ ପଢୁଥିବା ଜଣାପଡିଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ମୃତ ଛାତ୍ର ଜଣକ ହେଉଛନ୍ତି ଜୁଦାସ ଶବର । ଘର ଟଳଣା ପଂଚାୟତ ।

ପୁଟାସିଂ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଶବକୁ ଜବତ କରି ବ୍ୟବଛେଦ ପାଇଁ ଗୁଣୁପୁର ଉପଖଣ୍ଡ ଚିକିଛାଳୟରେ ଭର୍ତ୍ତି କରିଛି । ଖବର ପାଇ ଗୁଣୁପୁର ଗୋଷ୍ଠୀ ଶିକ୍ଷାଧିକାରୀ ଘଟଣା ସ୍ଥଳରେ ପହଞ୍ଚି ଘଟନାର ଅନୁସନ୍ଦାନ କରୁଥିବା ଜଣାପଡିଛି । ଅପରପକ୍ଷେ ପୁଅର ମୃତ୍ୟୁ ସହଜ ଗ୍ରହଣ କରି ପାରୁନାହାନ୍ତି ପରିବାର ବର୍ଗ । ପୁଅକୁ ମାରି ଟାଙ୍ଗି ଦେଇଥିବା ଅଭିଯୋଗ ଆଣିଛନ୍ତ ମୃତ ପୁଅର ବାପା । ସେ ସିଧା ସଳଖ ସ୍କୁଲ କତୃପକ୍ଷଙ୍କୁ ଦାୟୀ କରିଛନ୍ତି । ଘଟଣାର ସଠିକ ତଦନ୍ତ କରାଯାଉ ବୋଲି ଦାବି କରିଛନ୍ତି ସମ୍ପର୍କୀୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ