Masthead

ହୋଟେଲରୁ ପର୍ଯ୍ୟଟକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ); ଚନ୍ଦନେଶ୍ଵର ସୀତା ହୋଟେଲରେ ପଶ୍ଚିମବଙ୍ଗ ପର‌୍ୟ୍ୟଟକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି । ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଦୁଇ ଦିନ ଧରି ୧୦୧ ନମ୍ବର ରୁମରେ ରହୁଥିଲେ ମେଦିନୀପୁରର ବିବେକ ନାଗ । ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲେ ହୋଟେଲ୍ କର୍ମଚାରୀ ।

ହୋଟେଲରେ ତାଳସାରି ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ।ସୂଚନା ଅନୁଯୟୀ ବାଲେଶ୍ଵର ଜିଲ୍ଲା ଚନ୍ଦନେଶ୍ଵର ସୀତା ହୋଟେଲ ରେ ଦୁଇ ଦିନ ଧରି ପଶ୍ଚିମବଙ୍ଗ ମେଦିନୀ ପୁର ଅଞ୍ଚଳର ବିବେକ ନାଗ ରହି ଆସୁଥିଲେ। କିନ୍ତୁ ଆଜି ସକାଳୁ ଦୁର୍ଗନ୍ଧ ହେବାରୁ ହୋଟେଲ୍ କର୍ମଚାରୀ ସ୍ଥାନୀୟ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ତାଳସାରି ପୋଲିସ ଏଡିଶନାଲ ତହସିଲଦାର ପହଞ୍ଚିଛନ୍ତି । ପାରିପାଶ୍ୱିର୍କ ସ୍ଥିତିରୁ ହତ୍ୟା କରାଯାଇଥିବା ସଂଦେହ କରାଯାଉଥିବା ବେଳେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ତଦନ୍ତ କରୁଛି ପୋଲିସ୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ