Masthead

ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର

ଲଇକେରା(ବଡ଼ ଖବର ବ୍ୟୁରୋ): ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ସ୍ୱାସ୍ଥ୍ୟ ସେବାର ବିକଳ ଚିତ୍ର। ସାରା ବିଶ୍ୱରେ କରୋନା କାୟା ବିସ୍ତାର କରିବାରେ ଲାଗିଛି । ଏଭଳି ସ୍ଥିତିରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ କିଛି ବିକଳ ଚିତ୍ର । ଝାରସୁଗୁଡା ଜିଲ୍ଲା ଲଇକେରା ବ୍ଲକ ସାହାସପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର। ଏଠାରେ କାର୍ଯ୍ୟରତ ସ୍ୱାସ୍ଥ୍ୟ କର୍ମୀ ପ୍ରତ୍ୟେକ ଦିନ ଦୁଇ ରୁ ତିନି ଘଣ୍ଟା ବିଳମ୍ବରେ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆସନ୍ତି।

ଅନ୍ୟପଟେ ପଚାରିଲାରୁ କୁହନ୍ତି ପ୍ରତ୍ୟେକ ଦିନ  ୮.୩୦ ପରେ ଆସନ୍ତି । ଉପଯୁକ୍ତ ସ୍ୱାସ୍ଥ୍ୟସେବା ନପାଇ ଲୋକେ ପ୍ରଶ୍ନ କଲେ ସମ୍ପୃକ୍ତ ଦିଦି ରୋଗୀମାନଙ୍କୁ ଖରାପ ଭାଷାରେ ଗାଳିଗୁଲଜ କରୁଥିବା ମଧ୍ୟ ଲୋକେ ଅଭିଯୋଗ କରିଛନ୍ତି । ଏନେଇ ସ୍ଥାନୀୟ ସରପଞ୍ଚ ମଧ୍ୟ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି । ସେ କହିଛନ୍ତି ବାରମ୍ବାର ପ୍ରଶାସନକୁ ଜଣାଇବା ପରେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନି । ବାଧ୍ୟହୋଇ ଗ୍ରାମବାସୀ ରାଜରାସ୍ତାକୁ ଓହ୍ଲାଇବେ । ଯଦି ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିଜସ୍ୱ ନିର୍ବାଚନ ମଣ୍ଡଳୀରେ ସ୍ୱାସ୍ଥ୍ୟ ସେବାର ଏଭଳି ଚିତ୍ର । ତେବେ ଅନ୍ୟ ଜିଲ୍ଲାରେ ସ୍ୱାସ୍ଥ୍ୟ ସେବାର କ’ଣ ସ୍ଥିତି ରହିଥିବ ସହଜେ ଅନୁମେୟ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି