Masthead

ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର

ଲଇକେରା(ବଡ଼ ଖବର ବ୍ୟୁରୋ): ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ସ୍ୱାସ୍ଥ୍ୟ ସେବାର ବିକଳ ଚିତ୍ର। ସାରା ବିଶ୍ୱରେ କରୋନା କାୟା ବିସ୍ତାର କରିବାରେ ଲାଗିଛି । ଏଭଳି ସ୍ଥିତିରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ କିଛି ବିକଳ ଚିତ୍ର । ଝାରସୁଗୁଡା ଜିଲ୍ଲା ଲଇକେରା ବ୍ଲକ ସାହାସପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର। ଏଠାରେ କାର୍ଯ୍ୟରତ ସ୍ୱାସ୍ଥ୍ୟ କର୍ମୀ ପ୍ରତ୍ୟେକ ଦିନ ଦୁଇ ରୁ ତିନି ଘଣ୍ଟା ବିଳମ୍ବରେ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆସନ୍ତି।

ଅନ୍ୟପଟେ ପଚାରିଲାରୁ କୁହନ୍ତି ପ୍ରତ୍ୟେକ ଦିନ  ୮.୩୦ ପରେ ଆସନ୍ତି । ଉପଯୁକ୍ତ ସ୍ୱାସ୍ଥ୍ୟସେବା ନପାଇ ଲୋକେ ପ୍ରଶ୍ନ କଲେ ସମ୍ପୃକ୍ତ ଦିଦି ରୋଗୀମାନଙ୍କୁ ଖରାପ ଭାଷାରେ ଗାଳିଗୁଲଜ କରୁଥିବା ମଧ୍ୟ ଲୋକେ ଅଭିଯୋଗ କରିଛନ୍ତି । ଏନେଇ ସ୍ଥାନୀୟ ସରପଞ୍ଚ ମଧ୍ୟ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି । ସେ କହିଛନ୍ତି ବାରମ୍ବାର ପ୍ରଶାସନକୁ ଜଣାଇବା ପରେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନି । ବାଧ୍ୟହୋଇ ଗ୍ରାମବାସୀ ରାଜରାସ୍ତାକୁ ଓହ୍ଲାଇବେ । ଯଦି ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିଜସ୍ୱ ନିର୍ବାଚନ ମଣ୍ଡଳୀରେ ସ୍ୱାସ୍ଥ୍ୟ ସେବାର ଏଭଳି ଚିତ୍ର । ତେବେ ଅନ୍ୟ ଜିଲ୍ଲାରେ ସ୍ୱାସ୍ଥ୍ୟ ସେବାର କ’ଣ ସ୍ଥିତି ରହିଥିବ ସହଜେ ଅନୁମେୟ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ