Masthead

ଦିଲ୍ଲୀ ସର୍ଭିସେସ୍ ଅଧ୍ୟାଦେଶକୁ ନେଇ ଆଜି ସୁପ୍ରିମକୋର୍ଟଙ୍କ ଶୁଣାଣି

ଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ସର୍ଭିସେସ୍ ଅଧ୍ୟାଦେଶକୁ ନେଇ ଆଜି ସୁପ୍ରିମକୋର୍ଟଙ୍କ ଶୁଣାଣି । ପ୍ରଧାନ ବିଚାରପତି ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କ ଖଣ୍ଡପୀଠରେ ହେବ ଶୁଣାଣି । ଅଧିକାରୀଙ୍କ ବଦଳି ଓ ନିଯୁକ୍ତି ପାଇଁ କମିଟି ଗଠନ କରିବାକୁ କେନ୍ଦ୍ର ସରକାର ଅଧ୍ୟାଦେଶ ଜାରି କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କ୍ଷମତା ସଙ୍କୁଚିତ କରିବାକୁ ଏପରି କରାଯାଇଛି । କମିଟିରେ ୩ ଜଣ ରହିବେ । ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟ ଶାସନ ସଚିବ ଓ ଗୃହ ବିଭାଗର ପ୍ରମୁଖ ସଚିବ କମିଟିର ସଦସ୍ୟ ରହିବେ । ସଂଖ୍ୟା ଗରିଷ୍ଠ ସଦସ୍ୟ ନିଷ୍ପତ୍ତି ଚୂଡ଼ାନ୍ତ ହେବ ।

ଏହି ଅଧ୍ୟାଦେଶ ଜରିଆରେ କେନ୍ଦ୍ର ସରକାର ଦିଲ୍ଲୀରେ ଶାସନ କରିବାକୁ ଚାହୁଁଛନ୍ତି ବୋଲି କହି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଆମ ଆଦମୀ ସରକାର । ଏହା ଆଗରୁ ଆପ ସରକାର ଓ ଲେଫ୍ଟନାଂଟ ଗଭର୍ନରଙ୍କ ମଧ୍ୟରେ କ୍ଷମତାକୁ ନେଇ ବିବାଦ ହୋଇଥିଲା । ଏଥିରେ ନିର୍ବାଚିତ ସରକାରଙ୍କ ସପକ୍ଷରେ ସୁପ୍ରିମକୋର୍ଟଙ୍କ ରାୟ ଯାଇଥିଲା । ଯେହେତୁ ବିଧାନସବା ଅଛି ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିପରିଷଦ ପରାମର୍ଶ ଅନୁସାରେ ଲେଫ୍ଟନାଂଟ ଗଭର୍ନର କାମ କରିବେ ବୋଲି ରାୟ ଶୁଣାଇଥିଲେ ସୁପ୍ରିମକୋର୍ଟ । କେବଳ ଜମି ପୋଲିସ ବିଭାଗ କେନ୍ଦ୍ର ସରକାରଙ୍କ ଅଧିନରେ ରହିବ । ତେବେ ଅଧ୍ୟାଦେଶକୁ ବିରୋଧ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଆପ ସରକାର । ଏନେଇ ଆଜି ସୁପ୍ରିମକୋର୍ଟରେ ହେବ ସୁପ୍ରିମ ଶୁଣାଣି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼