Masthead

ହସ୍ତକ୍ଷେପ କଲେନାହିଁ ହାଇକୋର୍ଟ, କେବଳ ପୁରୀରେ ଗଡ଼ିବ ରଥ

କଟକ(ବଡ଼ ଖବର ବ୍ୟୁରୋ): ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ କୋଣସି ସ୍ଥାନରେ ହେବନି ରଥଯାତ୍ରା । ଏଭଳି ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି ହାଇକୋର୍ଟ । ଗତବର୍ଷ ପରି ଚଳିତ ବର୍ଷ ମଧ୍ୟ ପୁରୀରେ ବିନା ଭକ୍ତରେ ହେବ ରଥଯାତ୍ରା । ଜଗନ୍ନାଥ ଧାମ ବ୍ୟତୀତ ଅନ୍ୟ ସ୍ଥାନରେ ଗଡିବନି ରଥ । ରାଜ୍ୟରେ କେବଳ ପୁରୀରେ ହେବ ରଥଯାତ୍ରା । ଆବେଦନ ହୋଇଥିବା ସମସ୍ତ ପିଟିସନକୁ ଖାରଜ କରିଛନ୍ତି ହାଇକୋର୍ଟ । ଏଭଳି ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି ହାଇକୋର୍ଟ । ଶ୍ରୀକ୍ଷେତ୍ର ଭଳି ତୁଳସୀ କ୍ଷେତ୍ର କେନ୍ଦ୍ରାପଡା ବଳଦେବ ଜୀଉରେ ରଥଯାତ୍ରା ପାଇଁ ହାଇକୋର୍ଟରେ ଦାଖଲ ହୋଇଥିଲା ୪ଟି ପିଟିସନ୍ ।

ସେହିପରି ଭଟଲିରେ ରଥଯାତ୍ରା ପାଇଁ ରୁଜୁ ହୋଇଥିଲା ଆଉ ଏକ ମାମଲା । ଏହିସବୁ ପିଟିସନର ଏକତ୍ର ଶୁଣାଣି କରିଥିଲେ ହାଇକୋର୍ଟ । ରାଜ୍ୟସରକାର ଜାରି କରିଥିବା ନିର୍ଦ୍ଦେଶନାମାକୁ କାୟମ ରଖିଛନ୍ତି ହାଇକୋର୍ଟ । ରଥ ଟାଣିବା ଦୂରର କଥା । ବଡ଼ଦାଣ୍ଡରେ ମଧ୍ୟ ପାଦ ଥାପିପାରିବେ ନାହିଁ ଭକ୍ତ । ଗତବର୍ଷ ଭଳି ଚଳିତ ବର୍ଷ ବି ରଥଯାତ୍ରା ଉପରେ ରାଜ୍ୟ ସରକାର ଜାରି କରିଛନ୍ତି କଟକଣା। ପୁରୀ ଛଡ଼ା ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା କରାଯାଇପାରିବ ନାହିଁ ବୋଲି ସ୍ୱତନ୍ତ୍ର ରିଲିଫ୍ କମିଶନର ସୂଚନା ଦେଇଥିଲେ। କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ସାଧାରଣ ଲୋକଙ୍କ ସୁରକ୍ଷାକୁ ଗୁରୁତ୍ୱଦେଇ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ବିନାଭକ୍ତରେ କାଳିଆ ସାଆନ୍ତ ବଡ଼ଦାଣ୍ଡରେ କରିବେ ଲୀଳା । ୯ଦିନ ଗୁଣ୍ଡିଚାମନ୍ଦିରରେ ଲାଗିବ ଗହଳଚହଳ । କିନ୍ତୁ ଭକ୍ତ ଓ ଭଗବାନଙ୍କ ମିଳନ ହେବନି, ଏହାହିଁ ଦୁଃଖ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି