ସ୍ତ୍ରୀକୁ ହତ୍ୟା ପରେ ଆତ୍ମହତ୍ୟା କଲା ସ୍ୱାମୀ

ନବରଙ୍ଗପୁର (ବଡ ଖବର ବ୍ୟୁରୋ ):  ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା। ନବରଙ୍ଗପୁର ଜିଲ୍ଲା କୋଡ଼ିଙ୍ଗା ଥାନା ବାଙ୍କୁଲି ପଞ୍ଚାୟତ ଭାଣ୍ଡିମାଲ ଗାଁରେ ଘଟିଛି ଏପରି ଅଘଟଣ । ହତ୍ୟା କାଣ୍ଡର କାରଣ ଅସ୍ପଷ୍ଟ ରହିଛି । ମୃତ ସ୍ତ୍ରୀ ପାର୍ବତୀ ଜାନୀ,ସ୍ୱାମୀ ନୀଳଧର ଯାନୀ ଵୋଲି ଜଣାପଡିଛି । ଘରୁ ଏକସହ ମିଟର ଦୂରରେ ଘଟିଛି ଘଟଣା। ସ୍ତ୍ରୀ କୁ ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ଗଛରେ ଦଉଡି ଲଗାଇ ସ୍ୱାମୀ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି ।

ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ପୋଲିସ ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ ଉଭୟ ସ୍ୱାମୀ ସ୍ତ୍ରୀ ଝରି ଗାଁ ବ୍ଲକର ଦୁମରଡ଼ା ଗାଁରୁ ଆସି ନିଜ ସଂପର୍କୀୟଙ୍କ ବାହାଘର କାର୍ୟ୍ୟକ୍ରମରେ ଯୋଗଦେଇଥିଲେ । ଗତ ରାତିରେ ସେମାନେ ଶୌଚ ହେବାକୁ ଯାଇ ଆଉ ଫେରି ନଥିଲେ , ସକାଳୁ ସେମାନଙ୍କ ଶବ ଏଭଳି ଅବସ୍ଥାରେ ଦେଖି ପୋଲିସ କୁ ଖବର ଦେଇଥିଲେ । ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ