Masthead

ସ୍ତ୍ରୀକୁ ୫ଖଣ୍ଡ କଲା ସ୍ୱାମୀ

ଛତିଶଗଡ଼ (ବଡ଼ ଖବର ବ୍ୟୁରୋ): ନୃଶଂସ ସାଜିଲା ସ୍ୱାମୀ । ପରକୀୟା ପ୍ରୀତି ପାଇଁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ । ଏଭଳି ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି ଛତିଶଗଡ଼ ବିଳାସପୁରରୁ । ଜଣେ ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରି ତାଙ୍କ ଶରୀରକୁ ଖଣ୍ଡ ଖଣ୍ଡ କରି ନିଜ ଘରର ପାଣି ଟାଙ୍କିରେ ପକାଇ ଦେଇଥିଲେ। ବର୍ତ୍ତମାନ ପୋଲିସ ଏହି ଘଟଣାର ପର୍ଦ୍ଦାଫାଶ କରି ଅଭିଯୁକ୍ତକୁ ଗିରଫ କରିଛି। ନ୍ୟୁଜ ଏଜେନ୍ସି ଅନୁଯାୟୀ ଏହି ଘଟଣା ବିଲାସପୁରର ଉସଲାପୁରରେ ଘଟିଛି।

କୁହାଯାଉଛି ଯେ ଅଭିଯୁକ୍ତ ପୱନ ଠାକୁର ତାଙ୍କ ସ୍ତ୍ରୀ ସତୀ ସାହୁ ତାଙ୍କୁ ପ୍ରତାରଣା କରୁଛନ୍ତି ବୋଲି ସନ୍ଦେହ କରୁଥିଲେ। ଏହା ପରେ ସେ ସ୍ତ୍ରୀଙ୍କୁ ହତ୍ୟା କରିବା ପାଇଁ ଯୋଜନା କରିଥିଲେ। ଅଭିଯୁକ୍ତ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରି ମୃତଦେକୁ ଖଣ୍ଡ ଖଣ୍ଡ କରି ଘର ପାଣି ଟାଙ୍କିରେ ପକାଇ ଦେଇଥିଲେ। ପୋଲିସ ମୃତଦେହ ଉଦ୍ଧାର କରିଛି। ପ୍ରାଥମିକ ଅନୁସନ୍ଧାନ ଆଧାରରେ ପୋଲିସ କହିଛି ଯେ ମୃତଦେହକୁ ଏକରୁ ଦୁଇମାସ ପୂର୍ବରୁ ପାଣି ଟାଙ୍କିରେ ପକାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା