Masthead

ସ୍ତ୍ରୀକୁ ଖଣ୍ଡ ଖଣ୍ଡ କଲା ସ୍ୱାମୀ

ଗଜପତି (ବଡ଼ ଖବର ବ୍ୟୁରୋ):  ସ୍ତ୍ରୀର ମୁଣ୍ଡକୁ କାଟି ଘରକୁ ନେଇ ଆସିଲା ସ୍ବାମୀ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲ୍ଲା କାଶୀନଗର ଥାନା ସାରା ଗ୍ରାମରେ। କାଶୀନଗର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ସ୍ବାମୀକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ଆଜି ସକାଳେ ସ୍ବାମୀ ସ୍ତ୍ରୀ ଦୁହେଁ ମିଶି ବଗଡକୁ ଚାଷ କରିବା ପାଇଁ ଯାଇଥିବା ବେଳେ ସେମାନଙ୍କ ମଧ୍ୟରେ କୌଣସି କାରଣ କୁ ନେଇ  ବଚସା ହୋଇଥିଲା। ପରେ ଏହା ଉଗ୍ରରୂପ ନେଇଥିଲା।

ଫଳରେ ଉତକ୍ଷିପ୍ତ ସ୍ବାମୀ ଚନ୍ଦ୍ରଶେଖର କାର୍ୟି ଧରିଥିବା କଟୁରୀରେ ସ୍ତ୍ରୀ ଉର୍ମିଳା କାର୍ୟିର ମୁଣ୍ଡକୁ ଗଣ୍ଡିରୁ ଅଲଗା କରିଦେଇଥିଲା। ଏହାପରେ ଘଟଣାସ୍ଥଳରେ ଗଣ୍ଡିକୁ ଛାଡ଼ିଦେଇ କଟା ମୁଣ୍ଡକୁ ସାଙ୍ଗରେ ଧରି ଚନ୍ଦ୍ରଶେଖର ଘରକୁ ଆସିଥିଲା। ଖବର ପାଇ କାଶୀନଗର ଥାନା ପୁଲିସ  ଘଟଣା ସ୍ଥଳରେ ପହଞ୍ଚି ହତ୍ୟାକାରୀ ସ୍ବାମୀକୁ ଅଟକ ରଖି ତଦନ୍ତ ଆରମ୍ଭ କରିଥିବା ଥାନା ଅଧିକାରୀ ସୁଶାନ୍ତ ସାହୁ କହିଛନ୍ତି। ଚନ୍ଦ୍ରଶେଖର ଏବଂ ଉର୍ମିଳାଙ୍କ ବିବାହ ୪ ବର୍ଷ ହେଲା ହୋଇଥିଲେ ମଧ୍ୟ ପାରିବାରିକ କଳହଳ ଲାଗି ରହିଥିଲା। ଯାହାର କରୁଣ ପରିଣତି ଆଜି ଦେଖିବାକୁ ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବ୍ୟାପିଗଲାଣି ଡାଇରିଆ, ଅଚିନ୍ତାରେ ବିଭାଗ 🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 ବ୍ୟାପିଗଲାଣି ଡାଇରିଆ, ଅଚିନ୍ତାରେ ବିଭାଗ 🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା?