ରାମ ମନ୍ଦିରରେ ପ୍ରତିଷ୍ଠା ହେବ କର୍ଣ୍ଣାଟକ ଶିଳ୍ପୀ ଅରୁଣ ଯୋଗୀରାଜଙ୍କ ହାତ ତିଆରି ମୂର୍ତ୍ତି

 

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଚୂଡ଼ାନ୍ତ ହୋଇଛି ରାମଲାଲାଙ୍କ ଦିବ୍ୟ ବିଗ୍ରହ । କର୍ଣ୍ଣାଟକ ମହିଶୂରର ସ୍ଥପତି ଅରୁଣ ଯୋଗୀରାଜଙ୍କ ହାତ ତିଆରୀ ମୂର୍ତ୍ତି ଲାଗିବ ଶ୍ରୀରାମଙ୍କ ମନ୍ଦିରର ଗର୍ଭ ଗୃହରେ । ୩ଟି ମୂର୍ତ୍ତି ଏହି ରେସରେ ଥିବାବେଳେ ଦେଶର ପ୍ରସିଦ୍ଧ ମୂର୍ତ୍ତିକାର ଅରୁଣ ଯୋଗୀରାଜଙ୍କ ଦ୍ୱାରା ନିର୍ମିତ ଭଗବାନ ଶ୍ରୀରାମ, ସୀତା, ଲକ୍ଷ୍ମଣ ଓ ହନୁମାନଙ୍କ ମୂର୍ତ୍ତିକୁ ଚୂଡାନ୍ତ କରାଯାଇଛି । ଏନେଇ ସୋସିଆଲ ମିଡିଆ ଏକ୍ସରେ ସୂଚନା ହେଇଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ । ଅରୁଣ ଯୋଗୀରାଜଙ୍କ ନିର୍ମାଣ ହୋଇଥିବା ବିଗ୍ରହ ଲାଗିବ ଗର୍ଭଗୃହରେ ଏବଂ ବାକି ଦୁଇଟିକୁ ମନ୍ଦିରର ଅନ୍ୟ ଯାଗାରେ ସ୍ଥାପନ କରାଯିବ । ୫ ବର୍ଷୀୟ ରାମଲାଲାଙ୍କ ୩ଟି ବାଳୁତ ବିଗ୍ରହ ଏଥିପାଇଁ ତିଆରି କରାଯାଇଥିଲା । ପୁରାଣରେ ବର୍ଣ୍ଣିତ ରାମଲାଲା ଶୈଶବାବସ୍ଥାର ରୂପକୁ ଆଧାର କରି ଏହାକୁ ତିଆରି କରାଯାଇଛି । ଆସନ୍ତା ୨୨ ତାରିଖରେ ଶ୍ରୀରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା ହେବାକୁଥିବାବେଳେ ଏହାକୁ ନେଇ ପ୍ରସ୍ତୁତି ଚୂଡାନ୍ତି ପର୍ଯ୍ୟାୟରେ ପହଞ୍ଚିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ