Masthead

ରାମ ମନ୍ଦିରରେ ପ୍ରତିଷ୍ଠା ହେବ କର୍ଣ୍ଣାଟକ ଶିଳ୍ପୀ ଅରୁଣ ଯୋଗୀରାଜଙ୍କ ହାତ ତିଆରି ମୂର୍ତ୍ତି

 

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଚୂଡ଼ାନ୍ତ ହୋଇଛି ରାମଲାଲାଙ୍କ ଦିବ୍ୟ ବିଗ୍ରହ । କର୍ଣ୍ଣାଟକ ମହିଶୂରର ସ୍ଥପତି ଅରୁଣ ଯୋଗୀରାଜଙ୍କ ହାତ ତିଆରୀ ମୂର୍ତ୍ତି ଲାଗିବ ଶ୍ରୀରାମଙ୍କ ମନ୍ଦିରର ଗର୍ଭ ଗୃହରେ । ୩ଟି ମୂର୍ତ୍ତି ଏହି ରେସରେ ଥିବାବେଳେ ଦେଶର ପ୍ରସିଦ୍ଧ ମୂର୍ତ୍ତିକାର ଅରୁଣ ଯୋଗୀରାଜଙ୍କ ଦ୍ୱାରା ନିର୍ମିତ ଭଗବାନ ଶ୍ରୀରାମ, ସୀତା, ଲକ୍ଷ୍ମଣ ଓ ହନୁମାନଙ୍କ ମୂର୍ତ୍ତିକୁ ଚୂଡାନ୍ତ କରାଯାଇଛି । ଏନେଇ ସୋସିଆଲ ମିଡିଆ ଏକ୍ସରେ ସୂଚନା ହେଇଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ । ଅରୁଣ ଯୋଗୀରାଜଙ୍କ ନିର୍ମାଣ ହୋଇଥିବା ବିଗ୍ରହ ଲାଗିବ ଗର୍ଭଗୃହରେ ଏବଂ ବାକି ଦୁଇଟିକୁ ମନ୍ଦିରର ଅନ୍ୟ ଯାଗାରେ ସ୍ଥାପନ କରାଯିବ । ୫ ବର୍ଷୀୟ ରାମଲାଲାଙ୍କ ୩ଟି ବାଳୁତ ବିଗ୍ରହ ଏଥିପାଇଁ ତିଆରି କରାଯାଇଥିଲା । ପୁରାଣରେ ବର୍ଣ୍ଣିତ ରାମଲାଲା ଶୈଶବାବସ୍ଥାର ରୂପକୁ ଆଧାର କରି ଏହାକୁ ତିଆରି କରାଯାଇଛି । ଆସନ୍ତା ୨୨ ତାରିଖରେ ଶ୍ରୀରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା ହେବାକୁଥିବାବେଳେ ଏହାକୁ ନେଇ ପ୍ରସ୍ତୁତି ଚୂଡାନ୍ତି ପର୍ଯ୍ୟାୟରେ ପହଞ୍ଚିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ