Masthead

ଭାରତୀୟ ସେନା ସମସ୍ତ ପରିସ୍ଥିତି ସମ୍ମୁଖୀନ କରିବାକୁ ପ୍ରସ୍ତୁତ: ଏମଏମ ନରୱାଣେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସ୍ଥଳସେନା ମୁଖ୍ୟ ଜେନେରାଲ ଏମଏମ ନରୱାଣେ ଦୁଇ ଦିନିଆ ଲଦାଖ ଗସ୍ତରେ ଯାଇଛନ୍ତି । ସେଠାରେ ସେ ସୁରକ୍ଷା ବ୍ୟବସ୍ଥା ଉପରେ ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଛନ୍ତି । ତେବେ ଏହାରି ଭିତରେ ଆଜି ସ୍ଥଳସେନା ମୁଖ୍ୟ ଚୀନ ସୀମାରେ ସ୍ଥିତି ନେଇ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି । ଏମଏମ ନରୱାଣେ କହିଛନ୍ତି, ଚୀନ ସେନା ବର୍ତ୍ତମାନ ନିଜ ସୀମାରେ ଅନେକ ନିର୍ମାଣ କାମ କରୁଛି , ହେଲେ ଭାରତୀୟ ସେନା ସମସ୍ତ ପରିସ୍ଥିତିର ସମ୍ମୁଖୀନ ହେବାକୁ ପ୍ରସ୍ତୁତ ଅଛି ।

ସୀମାରେ ନିର୍ମାଣ କାର୍ଯ୍ୟ ଜାରି ରଖିଛି ଚୀନ । ତେବେ ସୀମାରେ ଯେଭଳି ଅଧିକ ସୈନ୍ୟ ମୁତୟନ କରିହେବ ସେ ନେଇ ଚାଇନା ପକ୍ଷରୁ ଯୋଜନା ପ୍ରସ୍ତୁତ ହୋଇଛି । ତେବେ ଯେ କୌଣସି ପରିସ୍ଥିତିର ମୁକାବିଲା କରିବାକୁ ତୟାର ରହିଛି ଭାରତୀୟ ସେନା । ପାଖରେ ମହଜୁଦ ରଖିଛନ୍ତି ଆଧୁନିକ ଅସ୍ତ୍ରଶସ୍ତ୍ର । ଭାରତୀୟ ସେନା ସଶକ୍ତ ସ୍ଥିତିରେ ରହିବା ସହ ଯେ କୌଣସି ଆହ୍ବାନର ମୁକାବିଲା ପାଇଁ ପ୍ରସ୍ତୁତ ରହିଥିବା କହିଛନ୍ତି ସେନା ମୁଖ୍ୟ ।

ସେ ଆହୁରି କହିଛନ୍ତି ଏଲ୍‌ଏସିରେ ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣରେ ରହିଛି । ଭାରତୀୟ ସେନା ଏବଂ ଚାଇନା ସୈନ୍ୟ ବାହିନୀର ଉଚ୍ଚ ଅଧିକାରୀଙ୍କ ମଧ୍ୟରେ ଇତିମଧ୍ୟରେ ୧୨ ଥର ଆଲୋଚନା ହୋଇସାରିଛି । ସୀମାରେ ଉତ୍ତେଜନା ହ୍ରାସ କରିବା ପାଇଁ ଖୁବ୍‌ ଶୀଘ୍ର ବୈଠକ ବସିବ । ଆଶା କରାଯାଉଛି ସମସ୍ତ ସମସ୍ୟାର ସଫଳ ସମାଧାନ ସମ୍ଭବ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’