Masthead

ଭାରତ ସରକାର କରୁଛନ୍ତି ନାଗରିକଙ୍କ ଫୋନ ହ୍ୟାକ!

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆମେରିକାର ୱାଶିଂଟନ୍‌ ପୋଷ୍ଟ, ଇଂଲଣ୍ଡର ଦ ଗାର୍ଡ଼ିଆନ୍‌, ଫ୍ରାନ୍ସର ଲେ ମଣ୍ଡେ ଓ ଭାରତର ଦ ୱେୟାର ସହ ଆମ୍‌ନେଷ୍ଟି ଇଣ୍ଟରନେସନାଲ ଓ ଫରବିଡିନ୍‌ ଷ୍ଟୋରିଜ୍‌ ମିଳିତ ଭାବେ ପେଗାସସ୍‌ ସ୍ପାଇୱେୟାର ଉପରେ ଯାଞ୍ଚ କରିଥିଲେ। ଏହି ସମୟରେ ସମଗ୍ର ବିଶ୍ୱର ପ୍ରାୟ ୫୦ ହଜାର ଫୋନ ନମ୍ବର ଏହି ସ୍ପାଇୱେୟାର ଟାର୍ଗେଟରେ ରହିଥିବା ଖବର ମିଳିଛି। ଭାରତରେ ୩୦୦ରୁ ଅଧିକ ବିଶିଷ୍ଟ ବ୍ୟକ୍ତି ପେଗାସସ୍ ଟାର୍ଗେଟରେ ଥିବା ରିପୋର୍ଟ ପ୍ରକାଶ ପାଇଛି। ଏହି ସ୍ପାଇୱେୟାରକୁ ତିଆରି କରିଥିବା କମ୍ପାନୀ କେବଳ ସରକାରୀ ଏଜେନ୍ସିକୁ ଏହା ବିକ୍ରି କରିଥାଏ। ତେଣୁ ଭାରତ ସରକାର ବିରୋଧୀ, ସାମ୍ବାଦିକ, ବିଶିଷ୍ଟ ବ୍ୟକ୍ତି ଓ ମନ୍ତ୍ରୀମାନଙ୍କ ଉପରେ ଗୁଇନ୍ଦାଗିରି କରିବାକୁ ଏହାର ବ୍ୟବହାର କରିଥିବା ଅଭିଯୋଗ ହୋଇଛି।

ହେଲେ ସରକାର ଏହାକୁ ଖଣ୍ଡନ କରିବା ସହ ଦେଶକୁ ବଦନାମ କରିବା ପାଇଁ ଏହା ଏକ ଷଡ଼ଯନ୍ତ୍ର ବୋଲି କହିଛନ୍ତି। ଅନ୍ତର୍ଜାତୀୟ ଗଣମାଧ୍ୟମରେ ଦାବି କରାଯାଇଥିଲା ଭାରତ ସରକାର କେତେକ ସାମ୍ବାଦିକ, ନେତାଙ୍କ ଫୋନ୍ ହ୍ୟାକ୍ କରିଛନ୍ତି । ୪୦ରୁ ଅଧିକ ସାମ୍ବାଦିକ ଫୋନ୍ ହ୍ୟାକ କରାଯାଇଥିବା ଦାବି କରାଯାଇଥିଲା । କେତେକ ମୋବାଇଲର ଫରେନ୍ସିକ ଯାଞ୍ଚ ହୋଇଥିବା ନେଇ ‘ଦ ପେଗାସସ ପ୍ରୋଜେକ୍ଟ’ ନାମରେ ଏହି ଖବର ପ୍ରକାଶିତ ହୋଇଥିଲା । ଯେଉଁଥିରେ କେବଳ ଭାରତ ନୁହେଁ ଦୁନିଆର ଅନେକ ଦେଶରେ ହଜାର ହଜାର ଲୋକଙ୍କ ଫୋନ୍ ହ୍ୟାକ୍ ହୋଇଥିବା କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ