Masthead

ଭାରତ ସରକାର କରୁଛନ୍ତି ନାଗରିକଙ୍କ ଫୋନ ହ୍ୟାକ!

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆମେରିକାର ୱାଶିଂଟନ୍‌ ପୋଷ୍ଟ, ଇଂଲଣ୍ଡର ଦ ଗାର୍ଡ଼ିଆନ୍‌, ଫ୍ରାନ୍ସର ଲେ ମଣ୍ଡେ ଓ ଭାରତର ଦ ୱେୟାର ସହ ଆମ୍‌ନେଷ୍ଟି ଇଣ୍ଟରନେସନାଲ ଓ ଫରବିଡିନ୍‌ ଷ୍ଟୋରିଜ୍‌ ମିଳିତ ଭାବେ ପେଗାସସ୍‌ ସ୍ପାଇୱେୟାର ଉପରେ ଯାଞ୍ଚ କରିଥିଲେ। ଏହି ସମୟରେ ସମଗ୍ର ବିଶ୍ୱର ପ୍ରାୟ ୫୦ ହଜାର ଫୋନ ନମ୍ବର ଏହି ସ୍ପାଇୱେୟାର ଟାର୍ଗେଟରେ ରହିଥିବା ଖବର ମିଳିଛି। ଭାରତରେ ୩୦୦ରୁ ଅଧିକ ବିଶିଷ୍ଟ ବ୍ୟକ୍ତି ପେଗାସସ୍ ଟାର୍ଗେଟରେ ଥିବା ରିପୋର୍ଟ ପ୍ରକାଶ ପାଇଛି। ଏହି ସ୍ପାଇୱେୟାରକୁ ତିଆରି କରିଥିବା କମ୍ପାନୀ କେବଳ ସରକାରୀ ଏଜେନ୍ସିକୁ ଏହା ବିକ୍ରି କରିଥାଏ। ତେଣୁ ଭାରତ ସରକାର ବିରୋଧୀ, ସାମ୍ବାଦିକ, ବିଶିଷ୍ଟ ବ୍ୟକ୍ତି ଓ ମନ୍ତ୍ରୀମାନଙ୍କ ଉପରେ ଗୁଇନ୍ଦାଗିରି କରିବାକୁ ଏହାର ବ୍ୟବହାର କରିଥିବା ଅଭିଯୋଗ ହୋଇଛି।

ହେଲେ ସରକାର ଏହାକୁ ଖଣ୍ଡନ କରିବା ସହ ଦେଶକୁ ବଦନାମ କରିବା ପାଇଁ ଏହା ଏକ ଷଡ଼ଯନ୍ତ୍ର ବୋଲି କହିଛନ୍ତି। ଅନ୍ତର୍ଜାତୀୟ ଗଣମାଧ୍ୟମରେ ଦାବି କରାଯାଇଥିଲା ଭାରତ ସରକାର କେତେକ ସାମ୍ବାଦିକ, ନେତାଙ୍କ ଫୋନ୍ ହ୍ୟାକ୍ କରିଛନ୍ତି । ୪୦ରୁ ଅଧିକ ସାମ୍ବାଦିକ ଫୋନ୍ ହ୍ୟାକ କରାଯାଇଥିବା ଦାବି କରାଯାଇଥିଲା । କେତେକ ମୋବାଇଲର ଫରେନ୍ସିକ ଯାଞ୍ଚ ହୋଇଥିବା ନେଇ ‘ଦ ପେଗାସସ ପ୍ରୋଜେକ୍ଟ’ ନାମରେ ଏହି ଖବର ପ୍ରକାଶିତ ହୋଇଥିଲା । ଯେଉଁଥିରେ କେବଳ ଭାରତ ନୁହେଁ ଦୁନିଆର ଅନେକ ଦେଶରେ ହଜାର ହଜାର ଲୋକଙ୍କ ଫୋନ୍ ହ୍ୟାକ୍ ହୋଇଥିବା କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ