Masthead

ସଂଧ୍ୟା ସୁଦ୍ଧା ସ୍ଥାନାନ୍ତର ପ୍ରକ୍ରିୟା ସରିବ: ଗଜପତି ମହାରାଜା

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରୁ ବାହାରିଲେ ଗଜପତି ମହାରାଜା । ବାହାରିବା ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ପ୍ରତିକ୍ରିୟା । କହିଛନ୍ତି ଆଜି ସଂଧ୍ୟା ସୁଦ୍ଧା ସ୍ଥାନାନ୍ତର ପ୍ରକ୍ରିୟା ସରିବ ବୋଲି ଆଶା ରଖିଛୁ । ଖଟଶେଯ ଘରେ ଗହଣା, ମୂଲ୍ୟବାନ ସାମଗ୍ରୀ ରଖାଯିବ । ମୂଲ୍ୟବାନ ସାମଗ୍ରୀ ରଖାଯିବା ପରେ କବାଟ ସିଲ୍ କରାଯିବ । କବାଟ ସିଲ୍ ପରେ ମୁଖ୍ୟ ପ୍ରଶାସକ ଟ୍ରେଜେରୀରେ ଚାବି ଦାଖଲ କରିବେ ।ଏତିସହ ବାହାର ରତ୍ନଭଣ୍ଡାର ଅଳଙ୍କାରକୁ ଚାଙ୍ଗଡା ଘର ଓ ଫୁଲ ଘରେ ରଖାଯାଇଛି । ସମସ୍ତ ଅଳଙ୍କାର ସିସିଟିଭି ନଜରରେ ରହିଛି ବୋଲି ଗଜପତି ମହାରାଜା ସୂଚନା ଦେଇଛନ୍ତି ।

ଅନ୍ୟପଟେ ଗଜପତି ମହାରାଜା ଆହୁରି ମଧ୍ୟ କହିଛନ୍ତି ଯେ, ରତ୍ନ ଅଳଙ୍କାର ସ୍ଥାନାନ୍ତର ପରେ ଶେଜଘରେ ତାଲା ପଡିବ । ଆଉ ନିୟମ ମୁତାବକ, ଏହାର ଚାବି ସରକାରୀ ଟ୍ରେଜେରୀରେ ରହିବ । ବାହାର ଓ ଭିତର ରତ୍ନଭଣ୍ଡାର ଅଳଙ୍କାର ସ୍ଥାନାନ୍ତର ପରେ ଏହାର ସ୍କାନିଂ କରାଯିବ । ଏହାପରେ ରତ୍ନଭଣ୍ଡାରକୁ ଏଏସଆଇକୁ ହସ୍ତାନ୍ତର କରାଯିବ । ଏଏସଆଇ ଏହାପରେ ଯାଇ ରତ୍ନଭଣ୍ଡାରର ମରାମତି କରିବ । ମରାମତି ସମୟରେ ଭକ୍ତଙ୍କ ଦର୍ଶନରେ କୌଣସି ଅସୁବିଧା ହେବନି ବୋଲି ଗଜପତି ମହାରାଜା ସୂଚନା ଦେଇଛନ୍ତି ।

ସେହିପରି ରତ୍ନଭଣ୍ଡାର ମରାମତି ପରେ ଯାଇ ରତ୍ନ ଅଳଙ୍କାରର ଗଣତି ମଣତି ହେବ । ମରାମତି ଶେଷ ନହେବା ପର୍ଯ୍ୟନ୍ତ ଗଣତି ମଣତି ହେଇପାରିବନି ବୋଲି ଗଜପତି କହିଛନ୍ତି । ତେବେ ଏଥିପାଇଁ ସମୟ ଲାଗିବ । ଆଉ ସମୟ ଲାଗିଲେ ବି ରତ୍ନ ଅଳଙ୍କାରର ଗଣତି ମଣତି ହେଉ ବୋଲି ଗଜପତି କହିଛନ୍ତି ।
ରତ୍ନଭଣ୍ଡାର ମରାମତି ନିତାନ୍ତ ଆବଶ୍ୟକ କହିଲେ ଗଜପତି ମହାରାଜା । ରତ୍ନଭଣ୍ଡାର ସଂପୂର୍ଣ୍ଣ ଖାଲି ହେଲା ପରେ ଲେଜର ସ୍କାନିଂ କରାଯିବ ।  ଭିତରେ ଆଉ କିଛି ନାହିଁ ବୋଲି ସ୍ପଷ୍ଟ ହେଲା ପରେ ASIକୁ ହସ୍ତାନ୍ତର କରାଯିବ  । ବାହାର ଏବଂ ଭିତର ରତ୍ନଭଣ୍ଡାର ମରାମତି ନିତାନ୍ତ ଆବଶ୍ୟକ  । କେଉଁ କାଳରୁ କେବେ ମରାମତି ହୋଇଥିଲା, କେହି ଜାଣନ୍ତିନି  । ୧୯୭୧ରୁ ଏଏସ୍‌ଆଇ ଦାୟିତ୍ବ ନେବା ପରେ ଆଦୌ ମରାମତି ହୋଇନି  ମରାମତି ବେଳେ ନୀତିକାନ୍ତି ଓ ଦର୍ଶନ ଉଭୟ ପ୍ରଭାବିତ ନହେବାକୁ ଗୁରୁତ୍ବ । ଏ ସଂପର୍କରେ ଅନୁଧ୍ୟାନ କରି ମୁଖ୍ୟ ପ୍ରଶାସକ ମରାମତି ସମୟ ନିର୍ଦ୍ଧାରଣ କରିବେ  । ମୁଖ୍ୟ ପ୍ରଶାସକଙ୍କ ନିର୍ଦ୍ଧାରିତ ସମୟରେ ଏଏସ୍‌ଆଇ ମରାମତି କରିବ ।
ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ