Masthead

ମହଣ ମହଣ ସୁନାରେ ଝଟକିବେ ମଣିମା

ପୁରୀ (ବଡ଼ ଖବର ବ୍ୟୁରୋ): ରଥ ଉପରେ ସୁନା ବେଶରେ ଦର୍ଶନ ଦେବେ ଶ୍ରୀବିଗ୍ରହ । ଆଷାଢ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀମନ୍ଦିର ସ୍ୱତ୍ୱଲିପି ଅନୁଯାୟୀ ତିନି ରଥରେ ମହାପ୍ରଭୁଙ୍କ ଅନନ୍ୟ ବଡ ତଢାଉ ବେଶ, ସୁନାବେଶ ତଥା ରାଜେରାଜଶ୍ୱର ବେଶ ଅନୁଷ୍ଠିତ ହେବ। ଏହି ପବିତ୍ର ତିଥିରେ ରଥାରୂଢ ଚତୁଦ୍ଧା ବିଗ୍ରହ ମାନେ ମହଣ ମହଣ ସୁନାରେ ସଜେଇ ହେବେ। ମଧ୍ୟାହ୍ନ ଧୂପ ପରେ ଅର୍ଥାତ୍ ଅପରାହ୍ନ ୫ଟାରୁ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ।ମହାପ୍ରଭୁଙ୍କ ରଥ ଉପରେ ଦୁଲ୍ଲର୍ଭ ସୁନା ବେଶକୁ ଭକ୍ତମାନେ ଦର୍ଶନ କରିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଙ୍ଗମ ହେବ । ଦଇତାପତି ସେବକମାନେ ଯତ୍ନବାନ ହେବାକୁ ଏବଂ ଶ୍ରୀଜିଉଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇ ଦର୍ଶନ ଅବରୋଧ ନ କରିବା ନେଇ ଧ୍ୟାନ ଦେବାକୁ କୁହାଯାଇଛି । ରାତି ୯ଟା ୧୫ରେ ମହାଦୀପ ବନ୍ଦାପନା, ରାତ୍ର ୧୦ଟାରୁ ୧୧ଟା ମଧ୍ୟରେ ସୁନା ବେଶ ମଇଲମ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି । ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଆଜି ମହାପ୍ରଭୁଙ୍କ ରଥ ଉପରେ ଅନ୍ୟାନ୍ୟ ନୀତି ସମ୍ପନ୍ନ ହୋଇ ମଇଲମ ଓ ଏକଦଶୀ ସର୍ବାଙ୍ଗ ନୀତି ବଢିବା ପରେ ଠାକୁରଙ୍କ ସୁନାବେଶ ଆରମ୍ଭ ହେବ। ଅପରାହ୍ନ ୫ଟାଠାରୁ ସାଢେ ୬ଟା ୩୦ ମଧ୍ୟରେ ମହାପ୍ରଭୁଙ୍କ ସୁନା ବେଶ ହେବା ନେଇ ନୀତି ନିର୍ଘଣ୍ଟ ସ୍ଥିର କରାଯାଇଛି । ତିନିଠାକୁର ହସ୍ତ, ପାଦ, ସହିତ କଣ୍ଠମାଳା, ଶ୍ରୀଭୂଜ , ଶ୍ରୀପୟର, ରତ୍ନ ପଦକ, ରତ୍ନ କିରଟ, , କରପଲ୍ଲବ, ମୁଦି, କଣ୍ଠମାଳ, ବଳା, ବାହୁଟି, କାନ୍ତ, ଓ କଟି ମେଖଳା ଆଦି ୧୩୮ ପ୍ରକାର ରତ୍ନଖଚିତ ସ୍ୱର୍ଣ୍ଣ ଅଳଙ୍କାର ଲାଗି ହେବେ। ରାତି ୧୦ ଠାରୁ ୧୧ ଟା ଭିତରେ ସୁନାବେଶ ମଇଲମ କରାଯିବ । ପରେ ଅନ୍ୟାନ୍ୟ ନୀତି ଅନୁଷ୍ଠିତ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା