କନିଷ୍ଠ ଯନ୍ତ୍ରୀଙ୍କୁ ଦୁର୍ବ୍ୟବହାର

ଭଦ୍ରକ (ବଡ଼ ଖବର ବ୍ୟୁରୋ): ବିଧାୟକଙ୍କ ଡାକରା ପାଇ ଡାକବଙ୍ଗଳା ଯାଇଥିଲେ କନିଷ୍ଠ ଯନ୍ତ୍ରୀ। ସେଠି ତାଙ୍କୁ ଦୁର୍ବ୍ୟବହାର କରାଯିବା ସହ ମାଡ଼ ମଧ୍ୟ ମାରିଛନ୍ତି । ଏପରି ଅଭିଯୋଗ ଆସିଛି ଭଦ୍ରକ ଜିଲ୍ଲା ଧାମନଗରରୁ। ଏନେଇ କନିଷ୍ଠ ଯନ୍ତ୍ରୀ ଥାନାରେ ଅଭିଯୋଗ କରିଛନ୍ତି । ସେପଟେ ଯନ୍ତ୍ରୀଙ୍କ ବିରୋଧରେ ଆସିଛି ସଙ୍ଗୀନ ଅଭିଯୋଗ। ସେ ଜଣେ ମହିଳାଙ୍କୁ ଅସଦାଚରଣ କରିଥିବା ଗାଁ ଲୋକେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଧାମନଗର ବ୍ଲକ୍‌ ଦୋବଲ ପଞ୍ଚାୟତର କନିଷ୍ଠ ଯନ୍ତ୍ରୀ ନରେନ୍ଦ୍ର ମଲ୍ଲିକଙ୍କୁ ଡାକିଥିଲେ ସ୍ଥାନୀୟ ବିଧାୟକ ସୂର୍ଯ୍ୟବଂଶୀ ସୁରଜ।

ଡାକରା ପାଇ ଶ୍ରୀ ମଲ୍ଲିକ ଡାକ ବଙ୍ଗଳାରେ ପହଞ୍ଚି ଥିଲେ। ସେଠାରେ ଏକ କାମର ବିଲ୍‌ ବାବଦରେ ଆଲୋଚନା ହୋଇଥିଲା। ସେହି ସମୟରେ ସ୍ଥାନୀୟ ସରପଞ୍ଚ ଓ ଜଣେ ସମିତି ସଭ୍ୟଙ୍କ ସ୍ୱାମୀ ତାଙ୍କୁ ଗୋଇଠା ଓ ବିଧା ମାରିଥିଲେ। ସେତେବେଳେ ସେଠାରେ ବିଧାୟକ ଉପସ୍ଥିତ ବୋଲି ଶ୍ରୀ ମଲ୍ଲିକ ଅଭିଯୋଗ କରିଛନ୍ତି। ପରେ କନିଷ୍ଠ ଯନ୍ତ୍ରୀ ଶ୍ରୀ ମଲ୍ଲିକ ଏନେଇ ଧାମନଗର ଥାନାରେ ଲିଖିତ ଅଭିଯୋଗ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!