Masthead

ଧରା ପଡିଲା ନରହନ୍ତା ବାଘ

ରାଇଘର (ବଡ଼ ଖବର ବ୍ୟୁରୋ): ଶେଷରେ ଧରା ପଡିଛି ନରହନ୍ତା ଚିତା ବାଘ। ଗୋଟିଏ ପରେ ଗୋଟିଏ ୩ ଜଣ ଲୋକଙ୍କୁ ଶିକାର କରିଥିବା ନରହନ୍ତା ବାଘକୁ ଧରିବାରେ ଶେଷରେ ସଫଳ ହୋଇଛି ଛତିଶଗଡ ରାଜ୍ୟର ସିହାୱା ବନ ବିଭାଗ। ସୂଚନା ଅନୁସାରେ ଗତ ୧୧ ତାରିଖ ସନ୍ଧ୍ୟାରେ ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଳକ ତୁରୁଡିହି ଗ୍ରାମର ଅମିତ୍ ମର୍କାମ ନିଜ ପରିବାର ଲୋକଙ୍କ ସହ ସିହାୱା ସ୍ଥିତ ଶୃଙ୍ଗି ରୁଷି ପାହାଡ଼ ସ୍ଥିତ ଶୀତଳା ମାତା ମନ୍ଦିରରୁ ଦର୍ଶନ ସାରି ତଳକୁ ଓହ୍ଲେଇବା ସମୟରେ ଅଚାନକ ଏକ ଚିତାବାଘ ଆକ୍ରମଣ କରିଥିଲା ।

ଯେଉଁ ଥିରେ ୬ ବର୍ଷର ବାଳକ ଅମିତ୍ ମର୍କାମଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଯାହା ଫଳରେ ବନ ବିଭାଗ ୪ଟି ବିଭିନ୍ନ ସ୍ଥାନରେ ଯନ୍ତା ବସାଇ ଜଗି ରହିଥିଲା। ତେବେ ଗତକାଲି ରାତି ପ୍ରାୟ ୩ଟା ସମୟରେ ବାଘଟି କାଳୀ ଗୁମ୍ଫା ନିକଟରେ ବସା ଯାଇଥିବା ଯନ୍ତାରେ ଥିବା ଛେଳିକୁ ଖାଇବାକୁ ଆସି ଫସି ଯାଇଥିଲା। ସେଠାରେ ଛକି ରହିଥିବା ବନ କର୍ମଚାରୀମାନେ ଶେଷରେ ପିଞ୍ଜରାକୁ ବନ୍ଦ କରି ବାଘଟିକୁ କାବୁ କରିବାରେ ସଫଳ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ