Masthead

‘ସଂସଦ’ ଟିଭିର ଲୋକାର୍ପଣ ଖୁବଶୀଘ୍ର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) : ଆଜି ନୂଆଦିଲ୍ଲୀରେ ଲୋକାର୍ପିତ ହେବ ଟେଲିଭିଜନ ଚ୍ୟାନେଲ୍‌ ‘ସଂସଦ’ । ସଂସଦ ଭବନରେ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିରେ ଲୋକସଭା ଓ ରାଜ୍ୟସଭାରେ ନାଁରେ ଥିବା ୨ଟି ଚ୍ୟାନେଲର ସମ୍ମିଶ୍ରଣ ହେବ । ନୂଆ ଚ୍ୟାନେଲ ଭାବେ ଉଭା ହେବ ‘ସଂସଦ’ ଚ୍ୟାନେଲ । ସଂଧ୍ୟା ୬ ଟାରେ ସଂସଦ ଭବନରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ଏମ. ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବାଚସ୍ପତି ଓମ ବିର୍ଲା ଉପସ୍ଥିତ ରହିବେ।

ଅନ୍ତରାଷ୍ଟ୍ରୀୟ ଲୋକତନ୍ତ୍ର ଦିବସ ଅବସରରେ ମଧ୍ୟ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଚଳିତ ବର୍ଷ ଫେବୃୟାରୀରେ ଲୋକସଭା ଟିଭି ଏବଂ ରାଜ୍ୟସଭା ଟିଭିର ମିଶ୍ରଣ ପାଇଁ ସରକାର ବିଦ୍ଧିବଧ ଭାବେ ନିଷ୍ପତ୍ତି ନେଇଥିଲେ । ଏଥିପାଇଁ ଗତ ମାର୍ଚ୍ଚରେ ସଂସଦ ଟିଭି ପାଇଁ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ନିଯୁକ୍ତି କରାଗଲା।

ବୟନଶିଳ୍ପ ମନ୍ତ୍ରଣାଳୟର ପୂର୍ବତନ ସଚିବ ରବି କପୁର ସଂସଦ ଟିଭିର ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ରହିଥିବାବେଳେ ସଂସଦ ଟିଭିର କାର୍ଯ୍ୟକ୍ରମ ମୁଖ୍ୟତଃ ଚାରୋଟି ଶ୍ରେଣୀରେ ବିଭକ୍ତ ହେବ । ସଂସଦ ଏବଂ ଲୋକତନ୍ତ୍ର ସମ୍ବନ୍ଧୀୟ ସଂସ୍ଥା ମାନଙ୍କରେ କାର୍ଯ୍ୟ, ପ୍ରଶାସନ ଏବଂ ଯୋଜନା / ନୀତି କାର୍ଯ୍ୟନ୍ବୟନ, ଭାରତର ଇତିହାସ ଏବଂ ସଂସ୍କୃତି ଓ ସମସାମୟିକ ବିଷୟବସ୍ତୁ ଓ ହିତ ବିଚାରଧାରା ପ୍ରସ୍ତୁତ କରି ପ୍ରସାରଣ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ