Masthead

ସଂସଦରେ ଯୁବକ ପଶିବା ଘଟଣା, ଭିଜିଟର୍ସ ଗ୍ୟାଲେରୀ ଆଗରେ ଲାଗିବ କାଚ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦରେ ପଶି ସ୍ମୋକ୍ ଆଟାକ୍ କରିବା ଘଟଣାରେ ତଦନ୍ତ ପାଇଁ ଗଠନ ହୋଇଛି ତଦନ୍ତ କମିଟି । ଲୋକସଭା ସେକ୍ରେଟାରିଏଟର ଅନୁରୋଧ କ୍ରମେ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏହି କମିଟି ଗଠନ କରାଯାଇଛି । ସିଆରପିଏଫ୍ ଡିଜି ଅନୀଶ ଦୟାଲ ସିଂ ଏହାର ନେତୃତ୍ୱ ନେବେ ଏବଂ ଅନ୍ୟ ସୁରକ୍ଷା ଏଜେନ୍ସି ଓ ବିଶେଷଜ୍ଞ ଏଥିରେ ସାମିଲ ରହିବେ । ଏହି କମିଟି ପାର୍ଲାମେଣ୍ଟ ସୁରକ୍ଷା ତ୍ରୁଟିର କାରଣ ଖୋଜିବ । ଏହି ଘଟଣାରେ ୟୁଏପିଏରେ ମାମଲା ରୁଜୁ କରାଯାଇଛି । ୫ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଏହି ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି ।

ସେପଟେ ଏହି ଘଟଣା ପରେ ସଂସଦର ସୁରକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ହୋଇଛି । ପ୍ରବେଶ ପଥରେ ଫୁଲ୍ ବଡି ସ୍କାନର ଲାଗିବ ଏବଂ ସୁରକ୍ଷା ପ୍ରଟୋକଲ ସଂଶୋଧନ କରାଯିବ । ସାଂସଦ, ଷ୍ଟାଫ୍ ଓ ସାମ୍ବାଦିକଙ୍କ ପାଇଁ ଭିନ୍ନ ଭିନ୍ନ ପ୍ରବେଶ ପଥ ରହିବ । ଯେତେବେଳେ ଭିଜିଟର୍ସ ପାସ୍ ଉପରୁ ବ୍ୟାନ ହଟିବ, ସେତେବେଳେ ଦର୍ଶକମାନେ ଚତୁର୍ଥ ଗେଟ୍ ଦେଇ ପଶିବେ । ଭିଜିଟର୍ସ ଗ୍ୟାଲେରୀ ଆଗରେ କାଚ ଲାଗିବ, ଯେପରି କେହି ସାଂସଦମାନଙ୍କ ନିକଟକୁ ଯାଇପାରିବେ ନାହିଁ । ଏଥିସହ ହାଉସ୍ ଭିତରେ ସୁରକ୍ଷାକର୍ମୀଙ୍କ ସଂଖ୍ୟା ବଢ଼ିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ