Masthead

କିମ୍ବଦନ୍ତୀଙ୍କର କେବେ ମୃତ୍ୟୁ ହୁଏନି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କିମ୍ବଦନ୍ତୀଙ୍କର କେବେ ମୃତ୍ୟୁ ହୁଏନି । କରୋନା ସହ ଲଢେଇ କରି ଆଖି ବୁଜିଲେ ଫ୍ଲାଇଙ୍ଗ ଶିଖ୍ ମିଲଖା ସିଂ । କରୋନା ଛଡାଇନେଇଛି ପୁଣି ଜଣେ ବିଶିଷ୍ଟ ବ୍ୟକ୍ତିଙ୍କୁ । ଶୋକରେ ବୁଡିଛି ସାରା ଦେଶ । କୋଟି କୋଟି କ୍ରୀଡାପ୍ରେମୀଙ୍କ ସହ ସମସ୍ତଙ୍କ ମନରେ ସବୁବେଳେ ସ୍ମୃତି ହୋଇ ମନେରହିବେ ଫ୍ଲାଇଙ୍ଗ ଶିଖ୍ ମିଲଖା ସିଂ ।ଟ୍ରାକରେ ରେସ୍ ଜିତୁଥିଲେ, କିନ୍ତୁ ଜୀବନର ବାଜିରେ ହାରିଗଲେ। କିମ୍ବଦନ୍ତୀ ଧାବକ ମିଲଖା ସିଂଙ୍କ ଦେହାନ୍ତ । ପ୍ରାୟ ମାସେ ହେବ କରୋନାରେ ଆକ୍ରାନ୍ତ ହୋଇଥିଲେ ମିଲଖା ସିଂ । ପାଂଚ ଦିନ ତଳେ ପତ୍ନୀ ନିର୍ମଳାଙ୍କୁ ହରାଇଥିଲେ । ମିଲଖାଙ୍କ ବିୟୋଗ କ୍ରୀଡା ଜଗତକୁ ସ୍ତବ୍ଧ କରିଦେଇଥିବା ବେଳେ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି ।

ମିଲଖା ସିଂ ସେ ଅମର । ଚଣ୍ଡିଗଡ଼ର ପିଜିଆଇ ହସ୍ପିଟାଲରେ ୯୧ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଫ୍ଲାଇଙ୍ଗ ଶିଖ୍ ମିଲଖା ସିଂଙ୍କ ପରଲୋକ ପରେ ସ୍ତବ୍ଧ ପାଲଟିଛି ଘର । ସବୁଠି ନିରବତାର ବାତାବରଣ । କରୋନାରେ ମିଲଖା ଏବଂ ତାଙ୍କ ପତ୍ନୀ ନିର୍ମଳାଙ୍କ ଦେହାନ୍ତ ପରେ ଘରେ ଦିଆଯାଇଛି ଶ୍ରଦ୍ଧାଞ୍ଜଳୀ । ମିଲଖାଙ୍କ ଦେହାନ୍ତ ପରେ ଶୋକରେ ବୁଡିଲା କ୍ରୀଡା ଜଗତଠୁ ସାରା ଦେଶ । ପିଜିଆଇଏମ୍ଆର ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଏହି ମହାନ କ୍ରୀଡା ତାରକାଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ପରିଲକ୍ଷିତ ହେବାରୁ ବୁଧବାର ତାଙ୍କୁ ଆଇସିୟୁରୁ ଅନ୍ୟ ୱାର୍ଡକୁ ସ୍ଥାନାନ୍ତରିତ କରାଯାଇଥିଲା । ଗୁରୁବାର ପର୍ୟ୍ୟନ୍ତ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ୍ ଠାକ୍ ଥିଲା ।

ହେଲେ ଶୁକ୍ରବାର ପୁଣି ଥରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇପଡ଼ିଥିଲା । ତାଙ୍କ ଦେହରେ ଜ୍ୱର ବଢ଼ି ଯାଇଥିଲା ବେଳେ ଅକ୍ସିଜେନ ସ୍ତର ମଧ୍ୟ ଦ୍ରୁତ ଗତିରେ ନିମ୍ନଗାମୀ ହେବାର ଲାଗିଥିଲା । ମିଲଖାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ପୁଣି ଆଇସିୟୁରେ ଭର୍ତି କରାଯାଇଥିଲା । ହେଲେ ଡାକ୍ତରମାନଙ୍କ ସମସ୍ତ ଉଦ୍ୟମ ବିଫଳ ହୋଇଥିଲା । ମୃତ୍ୟୁ ଶଯ୍ୟା ନିକଟରେ ଝିଅ ଡାକ୍ତର ମୋନା ମିଲଖା ସିଂ ଓ ପୁଅ ଜିଭ୍ ମିଲଖା ସିଂ ଉପସ୍ଥିତ ଥିଲେ ।

ସ୍ମୃତିରେ ମିଲଖା ସିଂ

ଦେଶର ସର୍ବକାଳୀନ ଶ୍ରେଷ୍ଠ ପୁରୁଷ ଧାବକ ଭାବରେ ମିଲଖାଙ୍କୁ ଗଣାଯାଏ

ପ୍ରଥମ ଭାରତୀୟ ଭାବେ ଅଲିମ୍ପିକ୍ସର ଫାଇନାଲ ରାଉଣ୍ଡରେ ପ୍ରବେଶ କରିଥିଲେ

୧୯୫୮ ରାଜ୍ୟଗୋଷ୍ଠୀ କ୍ରୀଡାରେ ସ୍ୱର୍ଣ୍ଣ ପଦକ ପରେ ଆଉ ପଛକୁ ଫେରି ନଥିଲେ

୧୯୬୦ ରୋମ ଅଲିମ୍ପିକ୍ସରେ ୪୦୦ ମିଟର ଫାଇନାଲରେ ୪ର୍ଥ ସ୍ଥାନରେ ରହି ଅଳ୍ପକେ ପଦକରୁ ବଂଚିତ ହୋଇଥିଲେ

୧୯୫୬ ଓ ୧୯୬୪ ଅଲିମ୍ପିକ୍ସରେ ମଧ୍ୟ ଭାରତରୁ ପ୍ରତିନିଧିତ୍ୱ କରିଥିଲେ

ତାଙ୍କ ଜୀବନ କାହାଣୀକୁ ନେଇ ନିର୍ମିତ ଚଳଚିତ୍ର ‘ଭାଗ ମିଲଖା ଭାଗ’ ବେଶ୍ ଆଦୃତ ହୋଇଥିଲା

କ୍ରୀଡା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରିଥିଲେ ଭାରତ ସରକାର

୧୯୨୯ ନଭେମ୍ବର ୨୦ରେ ଗୋବିନ୍ଦପୁରାରେ ଜନ୍ମ ହୋଇଥିଲେ । ମିଲଖା ସିଂଙ୍କ ଦେହାନ୍ତ ନେଇ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ବହୁ ବରିଷ୍ଠ ବ୍ୟକ୍ତି ଶୋକ ବ୍ୟକ୍ତ କରିଛନ୍ତି । ପ୍ରଧାନମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ମୁଁ କିଛି ଦିନ ପୂର୍ବରୁ ଶ୍ରୀ ମିଲଖା ସିଂ ଜୀଙ୍କ ସହ କଥା ହୋଇଥିଲି । ମୁଁ ଜାଣି ନଥିଲି ଯେ ଏହା ଆମର ଶେଷ ବାର୍ତ୍ତାଳାପ ହେବ । କୋଟି କୋଟି ଲୋକ ତାଙ୍କ ଜୀବନ ଯାତ୍ରାରୁ ପ୍ରେରଣା ପାଇବେ । ତାଙ୍କ ପରିବାର ଏବଂ ବିଶ୍ୱରେ ଥିବା ତାଙ୍କର ଅନେକ ପ୍ରଶଂସକଙ୍କୁ ମୋର ସମବେଦନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ 🔴 ମୌସୁମୀ…ତମେ କେଉଁଠି ଥିଲ, ଏତେ ଜଲଦି ଆସିଗଲ 🔴 ଏନକାଉଣ୍ଟର ପୂର୍ବରୁ ହାର୍ଡକୋର ମାଓନେତା ବାସବରାଜର ଶେଷ ଚିଠି 🔴 ଯାହାଙ୍କ ସୁରକ୍ଷା ଦାୟିତ୍ବ ତୁଲାଉଛନ୍ତି ତାଙ୍କଠୁ ସମ୍ମାନିତ ହେଉଛନ୍ତି 🔴 ଫରେଷ୍ଟରଙ୍କୁ ଗୁଳି କରି ପହତ୍ୟା 🔴 କାଳବୈଶାଖୀ ପାଇଁ ଆଲର୍ଟ 🔴 ଭିଜିଲାନ୍ସ ଜାଲରେ ପୋଲିସ ASI 🔴 ଆଜି ବସିବ ନୀତି ଆୟୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ 🔴 ଆତଙ୍କବାଦୀଙ୍କୁ ଉପଯୁକ୍ତ ଜବାବ ଦେଇଛି ଭାରତ : ଗୃହମନ୍ତ୍ରୀ ଅମିତ୍ ସାହା 🔴 ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ 🔴 ମୌସୁମୀ…ତମେ କେଉଁଠି ଥିଲ, ଏତେ ଜଲଦି ଆସିଗଲ 🔴 ଏନକାଉଣ୍ଟର ପୂର୍ବରୁ ହାର୍ଡକୋର ମାଓନେତା ବାସବରାଜର ଶେଷ ଚିଠି 🔴 ଯାହାଙ୍କ ସୁରକ୍ଷା ଦାୟିତ୍ବ ତୁଲାଉଛନ୍ତି ତାଙ୍କଠୁ ସମ୍ମାନିତ ହେଉଛନ୍ତି 🔴 ଫରେଷ୍ଟରଙ୍କୁ ଗୁଳି କରି ପହତ୍ୟା 🔴 କାଳବୈଶାଖୀ ପାଇଁ ଆଲର୍ଟ 🔴 ଭିଜିଲାନ୍ସ ଜାଲରେ ପୋଲିସ ASI 🔴 ଆଜି ବସିବ ନୀତି ଆୟୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ 🔴 ଆତଙ୍କବାଦୀଙ୍କୁ ଉପଯୁକ୍ତ ଜବାବ ଦେଇଛି ଭାରତ : ଗୃହମନ୍ତ୍ରୀ ଅମିତ୍ ସାହା