Masthead

ବାଚସ୍ପତିଙ୍କୁ ଚପଲ ଫିଙ୍ଗିଲେ ବିଧାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭାରେ ଅଶୋଭନୀୟ ଘଟଣା । ବିଧାନସଭାରେ ବାଚସ୍ପତିଙ୍କୁ ଅସମ୍ମାନ । ଗୃହ କାର୍ଯ୍ୟ ଚାଲିଥିବା ବେଳେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଉପରକୁ ଚପଲ ଫିଙ୍ଗିଛନ୍ତି ବିଜେପି ସଦସ୍ୟ । ବରିଷ୍ଠ ବିଜେପି ବିଧାୟକ ଜୟନାରାୟଣ ମିଶ୍ର ଓ ବିରୋଧୀ ଦଳ ଉପନେତା ଚପଲ ଫିଙ୍ଗିଥିବା ସୂଚନା ମିଳୁଛି ।

କେବଳ ସେତିକି ନୁହେଁ ବିଜେପି ବିଧାୟକ ମୋହନ ମାଝୀ ମଧ୍ୟ ବାଚସ୍ପତିଙ୍କୁ ଲକ୍ଷ୍ୟ କରି ପୋଡିୟମ ଉପରକୁ ଇୟରଫୋନ ଓ କାଗଜ ଫିଙ୍ଗିଥିବା ଦେଖିବାକୁ ମିଳିଛି । ଅନ୍ୟପଟେ ବିରୋଧୀ ଦଳ ଉପନେତା ବାଚସ୍ପତିଙ୍କ ଉପରକୁ ଚପଲ ଫିଙ୍ଗିବା ଘଟଣାକୁ ଅସ୍ୱୀକାର କରିଛନ୍ତି  । ସେ କହିଛନ୍ତି ମୁଁ କେବଳ କଲମ ଓ ଇୟରଫୋନ ଫିଙ୍ଗିଛି । ବୋଧ ହୁଏ କେହି ଜଣେ ନୂଆ ବିଧାୟକ ଏପରି କାର୍ଯ୍ୟ କରିଥିବେ ବୋଲି ପ୍ରତିକ୍ରିୟାରେ କହିଛନ୍ତି ।

ବିଧାନସଭାରେ ପାରିତ ହୋଇଥିବା ଲୋକୟୁକ୍ତ ବିଲକୁ ବିରୋଧ କରି ଏପରି କରିଛନ୍ତି ବିଜେପି ବିଧାୟକମାନେ । ଗୃହରେ ବିରୋଧୀଙ୍କ ହଙ୍ଗାମା ଓ ହୋହଲ୍ଲା ସାଧାରଣ କଥା ହୋଇଥିବା ବେଳେ ଏହା ବର୍ତ୍ତମାନ ଚରମ ସୀମାରେ ପହଂଚିଛି । ଏହାକୁ ନେଇ ଶାସକ ଦଳ ବିଧାୟକ ଏବଂ ବିରୋଧୀ ବିଜେପି ସଦସ୍ୟଙ୍କ ମଧ୍ୟରେ କଥା କଟାକଟି ଏବଂ ଆକ୍ଷେପ ପ୍ରତି ଆକ୍ଷେପରୁ ଗୃହ କମ୍ପିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ