Masthead

ବାଚସ୍ପତିଙ୍କୁ ଚପଲ ଫିଙ୍ଗିଲେ ବିଧାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭାରେ ଅଶୋଭନୀୟ ଘଟଣା । ବିଧାନସଭାରେ ବାଚସ୍ପତିଙ୍କୁ ଅସମ୍ମାନ । ଗୃହ କାର୍ଯ୍ୟ ଚାଲିଥିବା ବେଳେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଉପରକୁ ଚପଲ ଫିଙ୍ଗିଛନ୍ତି ବିଜେପି ସଦସ୍ୟ । ବରିଷ୍ଠ ବିଜେପି ବିଧାୟକ ଜୟନାରାୟଣ ମିଶ୍ର ଓ ବିରୋଧୀ ଦଳ ଉପନେତା ଚପଲ ଫିଙ୍ଗିଥିବା ସୂଚନା ମିଳୁଛି ।

କେବଳ ସେତିକି ନୁହେଁ ବିଜେପି ବିଧାୟକ ମୋହନ ମାଝୀ ମଧ୍ୟ ବାଚସ୍ପତିଙ୍କୁ ଲକ୍ଷ୍ୟ କରି ପୋଡିୟମ ଉପରକୁ ଇୟରଫୋନ ଓ କାଗଜ ଫିଙ୍ଗିଥିବା ଦେଖିବାକୁ ମିଳିଛି । ଅନ୍ୟପଟେ ବିରୋଧୀ ଦଳ ଉପନେତା ବାଚସ୍ପତିଙ୍କ ଉପରକୁ ଚପଲ ଫିଙ୍ଗିବା ଘଟଣାକୁ ଅସ୍ୱୀକାର କରିଛନ୍ତି  । ସେ କହିଛନ୍ତି ମୁଁ କେବଳ କଲମ ଓ ଇୟରଫୋନ ଫିଙ୍ଗିଛି । ବୋଧ ହୁଏ କେହି ଜଣେ ନୂଆ ବିଧାୟକ ଏପରି କାର୍ଯ୍ୟ କରିଥିବେ ବୋଲି ପ୍ରତିକ୍ରିୟାରେ କହିଛନ୍ତି ।

ବିଧାନସଭାରେ ପାରିତ ହୋଇଥିବା ଲୋକୟୁକ୍ତ ବିଲକୁ ବିରୋଧ କରି ଏପରି କରିଛନ୍ତି ବିଜେପି ବିଧାୟକମାନେ । ଗୃହରେ ବିରୋଧୀଙ୍କ ହଙ୍ଗାମା ଓ ହୋହଲ୍ଲା ସାଧାରଣ କଥା ହୋଇଥିବା ବେଳେ ଏହା ବର୍ତ୍ତମାନ ଚରମ ସୀମାରେ ପହଂଚିଛି । ଏହାକୁ ନେଇ ଶାସକ ଦଳ ବିଧାୟକ ଏବଂ ବିରୋଧୀ ବିଜେପି ସଦସ୍ୟଙ୍କ ମଧ୍ୟରେ କଥା କଟାକଟି ଏବଂ ଆକ୍ଷେପ ପ୍ରତି ଆକ୍ଷେପରୁ ଗୃହ କମ୍ପିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା