ଜେଲ ନୁହେଁ ମେଡିକାଲରେ କଟିଲା ବିଧାୟକଙ୍କ ରାତି

ଖୋର୍ଦ୍ଧା (ବଡ଼ ଖବର ବ୍ୟୁରୋ): ଜେଲ ନୁହେଁ ମେଡିକାଲରେ କଟିଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ରାତି । ଗତକାଲି ଜାମିନ ଆବେଦନ ଖାରଜ ହେବା ପରେ ଜଗଦେବଙ୍କୁ ଖୋର୍ଦ୍ଧା ସବଜେଲକୁ ପଠାଯାଇଥିଲା। ଏହାପରେ ତାଙ୍କର ହୃଦରୋଗ ସମସ୍ୟା ଦେଖାଦେବାରୁ ଏଡିଜେ-୧ କୋର୍ଟଙ୍କ ଅନୁମତି କ୍ରମେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ସେଠାରେ ସେ ଗତ ରାତିରେ ଥିବା ବେଳେ ତାଙ୍କ ଚିକିତ୍ସା ଚାଲୁଥିବା ଜଣାଯାଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଗତକାଲି ଏଡିଜେ କୋର୍ଟରେ ହାଜର ହେବା ସହ ଜାମିନ ଆବେଦନ କରିଥିଲେ ବିଧାୟକ ପ୍ରଶାନ୍ତ ଜଗଦେବ ।

ତେବେ କୋର୍ଟ ତାଙ୍କ ଜାମିନ ନାମଂଜୁର କରିଦେଇଥିଲେ । ଏହାପରେ ବିଧାୟକଙ୍କୁ ହେପାଜତକୁ ନେଇଥିଲା ପୋଲିସ । ପରେ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ଜେଲ୍ ପଠାଇ ଦିଆଯାଇଥିଲା । ହେଲେ ଏହାପରେ ସେ ନିଜ ଅସୁସ୍ଥତା ସମ୍ପର୍କରେ ଜଣାଇବାରୁ ତାଙ୍କୁ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ଗତ ସେପ୍ଟେମ୍ବର ୮ ତାରିଖରେ ବାଲୁଗାଁ ଏନଏସି ଅଫିସ ସାମ୍ନାରେ ବାଲୁଗାଁ ବିଜେପି ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ଆକ୍ରମଣ କରିଥିବା ନେଇ ବିଧାୟକଙ୍କ ବିରୋଧରେ ଅଭିଯୋଗ ହୋଇଥିଲା ।

ଭତ୍ତା ବଣ୍ଟନ ବିଳମ୍ବ ହେବାରୁ ଏନ୍ଏସି ନିର୍ବାହୀ ଅଧିକାରୀଙ୍କୁ ପଚାରିବାକୁ ଯାଇଥିଲେ ବାଲୁଗାଁ ବିଜେପି ମଣ୍ଡଳ ସଭାପତି ନିରଂଜନ ସେଠୀ । ଏହି ସମୟରେ ବିଧାୟକ ପ୍ରଶାନ୍ତ ଜଗଦେବ ପହଞ୍ଚି ରାସ୍ତା ଉପରେ ହିଁ ନିରଞ୍ଜନଙ୍କୁ ଆକ୍ରମଣ କରିଥିଲେ । ନିରଞ୍ଜନଙ୍କୁ ବିଧାୟକ ଧକ୍କା ମାରିଥିବାର ଭିଡିଓ ଭାଇରାଲ ହେବା ପରେ ତାଙ୍କ ବିରୋଧରେ ମାମଲା ରୁଜୁ କରିଥିଲା ପୁଲିସ୍‌।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!