କୋଭିଡ଼ ସଂକ୍ରମଣ ରୋକିବାକୁ ବିଧାୟକ ନେଲେ ଶପଥ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କୋଭିଡର ଦ୍ବିତୀୟ ଲହରକୁ ସାମ୍ନା କରୁଛି ଓଡ଼ିଶା । ଆଗକୁ କେତେ ଲହର ଓ କେତେ ଭାରିଆଣ୍ଟ ମୁକାବିଲା କରିବାକୁ ହେବ, ତାହା କେହି ଜାଣିନାହିଁ । ଦ୍ବିତୀୟ ଲହରର ପ୍ରଭାବ ହ୍ରାସ କରିବା ପାଇଁ ରାଜ୍ୟ ସରକାର ଲକ୍‌ଡାଉନ କରିଛନ୍ତି । କିନ୍ତୁ କେବଳ ଲକ୍‌ଡାଉନ ଏହାର ସମାଧାନ ନୁହେଁ। ଏହାଦ୍ବାରା ଅନେକ ଲୋକଙ୍କ ଜୀବିକା ଗଭୀର ଭାବରେ ପ୍ରଭାବିତ ହେଉଛି । ଏହା ଏକ ଲମ୍ବା ଲଢେଇ । ତେଣୁ ଲୋକଙ୍କୁ ସଚେତନତ ଜରିଆରେ ପ୍ରସ୍ତୁତ କରିବା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଦେବା ସହ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା, ଅନାବଶ୍ୟକ ଭାବରେ ବାହାରେ ନ ବୁଲିବା ଏବଂ ଗହଳିକୁ ନ ଯିବା ଆଦି ନିୟମକୁ କଡାକଡି ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ଅଦୃଶ୍ୟ କରୋନା ଭୂତାଣୁକୁ ରୋକିବାରେ ଏହା ମୁଖ୍ୟ ଅସ୍ତ୍ର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହି ସଚେତନତାର ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ବିଧାୟକମାନଙ୍କୁ ପରାମର୍ଶ ଦେଇଛନ୍ତି । କୋଭିଡ ପରିଚାଳନା କାର୍ଯ୍ୟ ବିଶେଷତଃ, ମିଶନ ଶକ୍ତି ଗ୍ରୃପ ଠାରୁ କିଣି ଗରିବ ଲୋକଙ୍କୁ ମାସ୍କ ବାଣ୍ଟିବା ପାଇଁ ବିଧାୟକ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଯେହେତୁ ବିଧାୟକମାନେ ଅନେକ ଲୋକଙ୍କ ସହ ପ୍ରତିଦିନ ମିଶୁଛନ୍ତି, ତେଣୁ ନିଜର ଓ ନିଜ ପରିବାରର ଯତ୍ନ ନେବା ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ପରାମର୍ଶ ଦେଇଛନ୍ତି । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ବିଧାୟକମାନଙ୍କୁ କୋଭିଡ଼ ସଂକ୍ରମଣ ରୋକିବା ଦିଗରେ କାମ କରିବା ପାଇଁ ଶପଥ ପାଠ କରାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ