Masthead

କୋଭିଡ଼ ସଂକ୍ରମଣ ରୋକିବାକୁ ବିଧାୟକ ନେଲେ ଶପଥ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କୋଭିଡର ଦ୍ବିତୀୟ ଲହରକୁ ସାମ୍ନା କରୁଛି ଓଡ଼ିଶା । ଆଗକୁ କେତେ ଲହର ଓ କେତେ ଭାରିଆଣ୍ଟ ମୁକାବିଲା କରିବାକୁ ହେବ, ତାହା କେହି ଜାଣିନାହିଁ । ଦ୍ବିତୀୟ ଲହରର ପ୍ରଭାବ ହ୍ରାସ କରିବା ପାଇଁ ରାଜ୍ୟ ସରକାର ଲକ୍‌ଡାଉନ କରିଛନ୍ତି । କିନ୍ତୁ କେବଳ ଲକ୍‌ଡାଉନ ଏହାର ସମାଧାନ ନୁହେଁ। ଏହାଦ୍ବାରା ଅନେକ ଲୋକଙ୍କ ଜୀବିକା ଗଭୀର ଭାବରେ ପ୍ରଭାବିତ ହେଉଛି । ଏହା ଏକ ଲମ୍ବା ଲଢେଇ । ତେଣୁ ଲୋକଙ୍କୁ ସଚେତନତ ଜରିଆରେ ପ୍ରସ୍ତୁତ କରିବା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଦେବା ସହ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା, ଅନାବଶ୍ୟକ ଭାବରେ ବାହାରେ ନ ବୁଲିବା ଏବଂ ଗହଳିକୁ ନ ଯିବା ଆଦି ନିୟମକୁ କଡାକଡି ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ଅଦୃଶ୍ୟ କରୋନା ଭୂତାଣୁକୁ ରୋକିବାରେ ଏହା ମୁଖ୍ୟ ଅସ୍ତ୍ର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହି ସଚେତନତାର ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ବିଧାୟକମାନଙ୍କୁ ପରାମର୍ଶ ଦେଇଛନ୍ତି । କୋଭିଡ ପରିଚାଳନା କାର୍ଯ୍ୟ ବିଶେଷତଃ, ମିଶନ ଶକ୍ତି ଗ୍ରୃପ ଠାରୁ କିଣି ଗରିବ ଲୋକଙ୍କୁ ମାସ୍କ ବାଣ୍ଟିବା ପାଇଁ ବିଧାୟକ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଯେହେତୁ ବିଧାୟକମାନେ ଅନେକ ଲୋକଙ୍କ ସହ ପ୍ରତିଦିନ ମିଶୁଛନ୍ତି, ତେଣୁ ନିଜର ଓ ନିଜ ପରିବାରର ଯତ୍ନ ନେବା ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ପରାମର୍ଶ ଦେଇଛନ୍ତି । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ବିଧାୟକମାନଙ୍କୁ କୋଭିଡ଼ ସଂକ୍ରମଣ ରୋକିବା ଦିଗରେ କାମ କରିବା ପାଇଁ ଶପଥ ପାଠ କରାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ