Masthead

ଲାଲବାହିନୀଙ୍କ ବର୍ବରକାଣ୍ଡ

ରାଇଘର (ବଡ଼ ଖବର ବ୍ୟୁରୋ): ଲାଲବାହିନୀଙ୍କ ବର୍ବରକାଣ୍ଡ । ମାଓବାଦୀଙ୍କ ଗୁଳିରେ ଗଲା ଜୀବନ । ନବରଙ୍ଗପୁର ଜିଲ୍ଲା ରାଇଘର ଅଂଚଳରେ ମାଓବାଦୀମାନେ ଗୋଟାଏ ପରେ ଗୋଟାଏ କାଣ୍ଡ ଘଟାଇ ଚାଲିଛନ୍ତି । ଗତ ଫେବୃଆରୀ ୨୩ରେ ହାତିଗାଁ ଖାଲେପାରା ଗ୍ରାମର ଚନ୍ଦନ ମଲ୍ଲିକଙ୍କୁ ଘରୁ ଡାକି ନେଇ ହତ୍ୟା କରିଥିବା ସହିତ ୧୦ ଦିନ ପୂର୍ବେ ସୀମାନ୍ତ ଚାମେନ୍ଦା ଗ୍ରାମର ନାରଦ ମାର୍କମଙ୍କୁ ହତ୍ୟା କରିଥିଲେ ।

ସେହିଭଳି ଆଜି ରାଇଘର ଥାନା ନାକଟିସିମୋଡା ପଂଚାୟତ ଲକ୍ଷ୍ମଣପୁର ଗ୍ରାମର ନାରାୟଣ ନାଗେଶଙ୍କୁ ଗୁଳି କରି ହତ୍ୟା କରିଛନ୍ତି । ଜଙ୍ଗଲ କାଟି ଗ୍ରାମ ବସାଇବା ଅଭିଯୋଗରେ ତାଙ୍କୁ ମୃତ୍ୟୁ ଦଣ୍ଡ ଦିଆ ଯାଇଛି ବୋଲି ଘଟଣାସ୍ଥଳରେ ପଡ଼ିଥିବା ପୋଷ୍ଟର ଗୁଡ଼ିକରେ ଉଲ୍ଲେଖ କରାଯାଇଛି । ଜଙ୍ଗଲ ମାଫିଆ ଅଭିଯୋଗ କରି ନାରାୟଣ ନାଗେଶଙ୍କୁ ହତ୍ୟା କରଯାଇଛି ବୋଲି ମୈନପୁର -ନୂଆପଡ଼ା ଡିଭିଜନାଲ୍‌ କମିଟି ପକ୍ଷରୁ ପୋଷ୍ଟର ମାଧ୍ୟମରେ ଉଲ୍ଲେଖ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ 🔴 ‘ବିଶ୍ବାସଘାତକତାର ଜବାବ ଦେବାକୁ ପ୍ରସ୍ତୁତ ହେଉଛନ୍ତି ନୂଆପଡ଼ାବାସୀ’ 🔴 ବାପାଙ୍କୁ ଦେଖିବାକୁ ଆସିନଥିଲେ ଆଉ ଏବେ ଭୋଟ ପାଇଁ… 🔴 ଆଜି ମହାପ୍ରଭୁଙ୍କ ଲକ୍ଷ୍ମୀ-ନୃସିଂହ ବେଶ 🔴 ଖସିଲା ରାତି ତାପମାତ୍ରା, ବଢ଼ିବ ଶୀତ ପ୍ରକୋପ 🔴 ପଦ୍ମ ଧରିଲେ ପୂର୍ବତନ ବିଜେଡି ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ 🔴 ଶ୍ରୀମୟୀଙ୍କ ଟାଇଟନିକ୍‌ ବାଣ 🔴 ପୁଣି ଖଟିଆରେ ବୁହା ଗର୍ଭବତୀ 🔴 ଭୟଙ୍କର ଦୁର୍ଘଟଣା, ୧୭ ମୃତ୍ୟୁ 🔴 ବିଜେପିରେ ମିଶିପାରନ୍ତି ଅମର ପଟ୍ଟନାୟକ 🔴 ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ 🔴 ‘ବିଶ୍ବାସଘାତକତାର ଜବାବ ଦେବାକୁ ପ୍ରସ୍ତୁତ ହେଉଛନ୍ତି ନୂଆପଡ଼ାବାସୀ’ 🔴 ବାପାଙ୍କୁ ଦେଖିବାକୁ ଆସିନଥିଲେ ଆଉ ଏବେ ଭୋଟ ପାଇଁ… 🔴 ଆଜି ମହାପ୍ରଭୁଙ୍କ ଲକ୍ଷ୍ମୀ-ନୃସିଂହ ବେଶ 🔴 ଖସିଲା ରାତି ତାପମାତ୍ରା, ବଢ଼ିବ ଶୀତ ପ୍ରକୋପ 🔴 ପଦ୍ମ ଧରିଲେ ପୂର୍ବତନ ବିଜେଡି ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ 🔴 ଶ୍ରୀମୟୀଙ୍କ ଟାଇଟନିକ୍‌ ବାଣ 🔴 ପୁଣି ଖଟିଆରେ ବୁହା ଗର୍ଭବତୀ 🔴 ଭୟଙ୍କର ଦୁର୍ଘଟଣା, ୧୭ ମୃତ୍ୟୁ 🔴 ବିଜେପିରେ ମିଶିପାରନ୍ତି ଅମର ପଟ୍ଟନାୟକ