Masthead

ଲୋକସଭା ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ

(ବଡ଼ ଖବର ବ୍ୟୁରୋ): ସଂସଦର ମୌସୁମୀ ଅଧିବେଶନ ୧୯ ଜୁଲାଇରୁ ଆରମ୍ଭ ହୋଇ ୧୩ ଅଗଷ୍ଟରେ ଶେଷ ହେବାର ଥିଲା । ଅଧିବେଶନବେଳେ ଲୋକସଭାରେ ଅଧିକାଂଶ ସମୟରେ ଆଲୋଡ଼ନ ଦେଖାଦେଇଥିଲା। ବୁଧବାର ଗୃହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଉପସ୍ଥିତ ଥିଲେ।
ପ୍ରବଳ ଉତ୍ତେଜନା କାରଣରୁ ବୁଧବାର ଲୋକସଭାକୁ ସ୍ଥଗିତ ରଖାଯାଇଥିଲା। ଏହା ସହିତ ଗୃହ ଅଧିବେଶନର ପ୍ରକ୍ରିୟା ନିର୍ଦ୍ଧାରିତ ସମୟର ଦୁଇ ଦିନ ପୂର୍ବରୁ ଶେଷ ହୋଇଛି ।

ପେଗାସସ୍ ଗୁପ୍ତଚର ବିବାଦ, କୃଷି ଆଇନ ଏବଂ ଅନ୍ୟାନ୍ୟ ପ୍ରସଙ୍ଗରେ ବିରୋଧୀ ଆରମ୍ଭରୁ ବିରୋଧ କରିଥିଲେ। ଜୁଲାଇ ୧୯ରେ ଅଧିବେଶନ ଆରମ୍ଭ ହୋଇଥିଲା ଏବଂ ଅଗଷ୍ଟ ୧୩ ପର୍ୟ୍ୟନ୍ତ ଏହା ଜାରି ରହିଥାନ୍ତା ।

ଗୃହକୁ ସ୍ଥଗିତ ରଖିବା ପରେ ଲୋକସଭା ବାଚସ୍ପତି ଓମ ବିର୍ଲା ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ, ୧୭ ତମ ଲୋକସଭାର ଷଷ୍ଠ ଅଧିବେଶନ ଆଜି ଶେଷ ହୋଇଛି। ଏହି ଅଧିବେଶନରେ ଆଶା ଅନୁଯାୟୀ କାର୍ୟ୍ୟ ହୋଇନଥିଲା । ମୁଁ ଏଥିପାଇଁ ଦୁଃଥିତ । ଗୃହରେ ସର୍ବାଧିକ କାର୍ୟ୍ୟ କରାଯିବା ଉଚିତ । ଜନସାଧାରଣଙ୍କ ସହ ଜଡିତ ପ୍ରସଙ୍ଗ ଉପରେ ଆଲୋଚନା କରାଯିବା ଉଚିତ୍। ତେବେ ଏଥିରେ ଅସ୍ଥିରତା ଦେଖାଦେଇଥିଲା । ତେଣୁ ଗୃହକୁ ସ୍ଥଗିତ ରଖାଗଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା