ଲଘୁଚାପ ପରେ ବାତ୍ୟାର ସ୍ପଷ୍ଟତା ଆସିବ: ଆଇଏମଡି ଡିଜି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମଡି ଡିଜିଙ୍କ ପ୍ରତିକ୍ରିୟା । ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲା ପରେ ଜଣାପଡିବ ଗତିପଥ ଓ ତୀବ୍ରତା । ଆସନ୍ତାକାଲି ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାଖାପାଖି ଏକ ଘୂର୍ଣିବଳୟ ସୃଷ୍ଟି ହୋଇପାରେ । ଯାହାର ପ୍ରଭାବରେ ୭ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଅଵପାତ ଓ ସାମୁଦ୍ରିକ ଝଡ଼ର ରୂପ ନେବାର ସମ୍ଭାବନା ରହିଛି । ସାମୁଦ୍ରିକ ଝଡ଼ ରୂପ ନେବା ପରେ ବଙ୍ଗୋପସାଗରରୁ ଧିରେ ଧିରେ ଉତ୍ତର ଆଡ଼କୁ ଗତି କରିବାର ସମ୍ଭାବନା ରହିଛି , ଏବଂ ଏହା ବାତ୍ୟାରେ ପରିଣତ ହୋଇପାରେ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲା ପରେ ଏହାର ଗତିପଥ କେଉଁ ଆଡେ ରହିବ, ତୀବ୍ରତା କେତେ ରହିବ ଓ ଏହା କେଉଁ ଉପକୂଳ ଆଡକୁ ମୁହାଁଇବ ସେ ନେଇ ସ୍ପଷ୍ଟତା ଆସିବ ।

ଓଡ଼ିଶା ଉପରେ ଏହାର ପ୍ରଭାବ ରହିବ କି ନାହିଁ ପରବର୍ତ୍ତୀ ସମୟରେ ସ୍ପଷ୍ଟ ହେବ। ସାଧାରଣତ ଖରାଦିନେ ଓ ଅକ୍ଟୋବର,ନଭେମ୍ବର, ଡିସେମ୍ବରରେ ବାତ୍ୟା ସୃଷ୍ଟି ହୋଇଥାଏ। ଖରାଦିନେ ଖାସ କରି ମେ ମାସରେ ଅଧିକ ବାତ୍ୟା ସୃଷ୍ଟି ହୋଇଥାଏ । ଏହା କିଛି ନୂଆ କଥା ନୁହେଁ। ଦେଖିବାକୁ ଗଲେ ଏହି ବାତ୍ୟଗୁଡ଼ିକର ପ୍ରଭାବ ଓଡ଼ିଶା ଉପରେ ଆଗରୁ ପଡ଼ିଛି। କିନ୍ତୁ ସବୁ ଥର ପଡ଼ିବ ବୋଲି ମଧ୍ୟ କହିପାରିବା ନାହିଁ। ତେଣୁ ପ୍ରଥମେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉ ତା ପରେ ଯାଇ ଅକାଳନ କରିହେବ କେଉଁଠି ଏହାର ପ୍ରଭାବ ପକାଇବ, କେଉଁ ଅଞ୍ଚଳ ଉପରେ ରହିବ ଜଣାପଡିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ