Masthead

ଗତ ୨ମାସରେ ଦେଶରେ ସର୍ବନିମ୍ନ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ଘଣ୍ଟା ମଧ୍ୟରେ ୧ଲକ୍ଷ ୬୩୬ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨ହଜାର ୪୨୭ଜଣଙ୍କ ମୃତ୍ୟୁ ହୋଇଛି । ତେବେ ଗତ ଦୁଇ ମାସ ମଧ୍ୟରେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ସର୍ବନିମ୍ନ ରହିଛି । ତେବେ ଏହାକୁ ମିଶାଇ ଭାରତରେ ମୋଟ ୨କୋଟି ୮୯ଲକ୍ଷ ୯ହଜାର ୯୭୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି ମୃତ୍ୟୁ ସଂଖ୍ୟା ୩ଲକ୍ଷ ୪୯ହଜାର ୧୮୬ରେ ପହଞ୍ଚିଛି । ସେହିପରି ସୁସ୍ଥହାର ମଧ୍ୟ ବଢ଼ିବାରେ ଲାଗିଛି ଦେଶରେ । ୨୪ଘର୍ଟା ମଧ୍ୟରେ ୧ଲକ୍ଷ ୭୪ହଜାର ୩୯୯ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ମୋଟ ସୁସ୍ଥ ସଂଖ୍ୟା ରହିଛି ୨କୋଟି ୭୧ଲକ୍ଷ ୫୯ହଜାର ୧୮୦ । ଏହାଛଡ଼ା ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୪,୦୧,୬୦୯।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା