ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..

କଟକ(ବଡ଼ ଖବର ବ୍ୟୁରୋ):  ମୁଣ୍ଡଳୀ ଠାରେ ବୃଦ୍ଧି ପାଉଛି ମହାନଦୀ ଜଳସ୍ତର । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଫୁଲୁଛି ମହାନଦୀ । ବର୍ତ୍ତମାନ ମୁଣ୍ଡଳୀରେ ପ୍ରତି ସେକେଣ୍ଡରେ ପ୍ରାୟ ୮ ଲକ୍ଷ ୨୦ ହଜାର ୮୪୩ କ୍ୟୁସେକ୍ ପାଣି ନିଷ୍କାସନ କରାଯାଉଛି। ବଢ଼ୁଥିବା ଜଳପ୍ରବାହକୁ ଦୃଷ୍ଟିରେ ରଖି ବ୍ୟାରେଜର ସମସ୍ତ ୧୦ଟି ଗେଟ୍ ଖୋଲା ରଖାଯାଇଛି । ଯାହା ଦ୍ୱାରା ଅତିରିକ୍ତ ପାଣିକୁ ସୁରକ୍ଷିତ ଭାବେ ନଦୀ ତଳମୁଣ୍ଡକୁ ଛଡ଼ାଯାଉଛି। ଜଳସମ୍ପଦ ବିଭାଗର ସୂଚନା ଅନୁଯାୟୀ, ଆଜି ସନ୍ଧ୍ୟା ସୁଦ୍ଧା ମୁଣ୍ଡଳୀରେ ପ୍ରାୟ ୯ ଲକ୍ଷ କ୍ୟୁସେକ୍ ପାଣି ପହଞ୍ଚିବାର ସମ୍ଭାବନା ରହିଛି। ଏହାକୁ ନେଇ ପ୍ରଶାସନ ପୂର୍ଣ୍ଣ ସତର୍କତା ଅବଲମ୍ବନ କରିଛି। ଏହା ଫଳରେ ମୁଣ୍ଡୁଳି ପାଖରେ ରହୁଥିବା

ମତ୍ସ୍ୟଜୀବୀ ମାନଙ୍କ ଜୀବିକା ପୁରା ଠପ୍ ହୋଇଯାଇଛି । ପାଣି ନ କମିବା ପର୍ଯ୍ୟନ୍ତ ମାଛ ଧରିବାକୁ ଜିଲ୍ଲା ପ୍ରଶାସନ ସ୍ଥାନୀୟ ମସô୍ୟଜୀବୀମାନଙ୍କୁ ବାରଣ କରିଛନ୍ତି । ନଦୀକୂଳବର୍ତ୍ତୀ ଅଞ୍ଚଳଗୁଡ଼ିକ ଉପରେ କଡ଼ା ନଜର ରଖାଯାଉଥିବା ବେଳେ ସ୍ଥାନୀୟ ପ୍ରଶାସନକୁ ଆବଶ୍ୟକ ପ୍ରସ୍ତୁତି ରଖିବାକୁ କୁହାଯାଇଛି। ଏପରି ପରିସ୍ଥିତିରେ ନଦୀକୂଳରେ ବସବାସ କରୁଥିବା ଲୋକମାନଙ୍କୁ ସତର୍କ ରହିବା ଏବଂ ପ୍ରଶାସନ ପକ୍ଷରୁ ଜାରି କରାଯାଉଥିବା ପରାମର୍ଶ ପାଳନ କରିବାକୁ ଅନୁରୋଧ କରାଯାଇଛି । ଜଳପ୍ରବାହରେ ପରିବର୍ତ୍ତନ ହେଲେ ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’