Masthead

ରଥଯାତ୍ରା ପାଇଁ ଆଜି ପରିଚାଳନା କମିଟି ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ):  ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । କିପରି ରଥଯାତ୍ରା ସୁରୁଖୁରୁରେ ପରିଚାଳନା ହେବ ସେ ନେଇ ହେବ ଆଲୋଚନା । ସକାଳ ୧୦ଟା ୩୦ରେ ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ବୈଠକରେ ଦୁଇଟି ଅଧିବେଶନରେ ଆଲୋଚନା ହେବ ବୋଲି ଜଣାପଡିଛି। ପ୍ରଥମ ଅଧିବେଶନରେ ୨୦୨୩-୨୪ ବର୍ଷର ବଜେଟ ଅନୁମୋଦନ ହେବ। ଏଥିସହ ଅପରାହ୍ନ ୪ଟା‌ ୩୦ରେ ଦ୍ଵିତୀୟ ଅଧିବେଶନ ଅନୁଷ୍ଠିତ ହେବ।

ଏଥିରେ ତିନୋଟି ବିଷୟ ଉପରେ ଆଲୋଚନା ହେବ। ଜୁନ୍ ୪ରେ ଅନୁଷ୍ଠିତ ହୋଇଥିବା ମହାପ୍ରଭୁଙ୍କ ସ୍ନାନଯାତ୍ରାର ଭିଡିଓ ଫୁଟେଜ ଅନୁଧ୍ୟାନ କରାଯିବା ସହ ଏଥିରେ ରହିଥିବା ତ୍ରୁଟି ଓ ଆଗାମୀ ରଥଯାତ୍ରାରେ ଏହାର ପୁନରାବୃତ୍ତି ଯେଭଳି ନହେବ ସେନେଇ ଆଲୋଚନା ହେବ। ସେହିପରି ଜୁନ୍ ୨୦ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରାର ପ୍ରସ୍ତୁତି ଓ ସମୀକ୍ଷା ନେଇ ଦ୍ଵିତୀୟ ଅଧିବେଶନରେ ଆଲୋଚନା ହେବ। ପରିଚାଳନା କମିଟି ଅଧ୍ୟକ୍ଷଙ୍କ ଅନୁମୋଦନ କ୍ରମେ ଅନ୍ୟ ବିଷୟ ଉପରେ ମଧ୍ୟ ଆଲୋଚନା ହୋଇପାରେ। ବୈଠକରେ ଜିଲ୍ଲାପାଳ ସମର୍ଥ ବର୍ମା, ଏସପି ଡ କନୱର ବିଶାଳ ସିଂ, ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ, ବରିଷ୍ଠ ସେବାୟତଙ୍କ ସହ ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ରହିବେ। ଆସନ୍ତାକାଲି ଶେଷ ରଥ ସମନ୍ୱୟ ବୈଠକ । ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । କାଲି ଜେଟିପିଙ୍କ ସହ ଆଲୋଚନା କରିଥିଲେ ଜିଲ୍ଲାପାଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା