Masthead

ପୂଜା ପାଇଁ ବିଏମସି ଗାଇଡଲାଇନ୍: ଦଶହରାରେ ଶ୍ରଦ୍ଧାଳୁଙ୍କୁ ମଣ୍ଡପ ମନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୂଜା ମଣ୍ଡପକୁ ଶ୍ରଦ୍ଧାଳୁ ମନା । ଆସନ୍ତା ଦଶହରାକୁ ଦୃଷ୍ଟିରେ ରଖି ବିଏମସି ଜାରି କରିଛି ନୂଆ ଗାଇଡଲାଇନ । ପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଦର୍ଶନ ଓ ପୂଜାର୍ଚ୍ଚନା ଉପରେ ସମ୍ପୂର୍ଣ୍ଣ କଟକଣା ଜାରି କରାଯାଇଛି । କୌଣସି ବି ପୂଜା ମଣ୍ଡପରେ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଇପାରିବ ନାହିଁ । ଏହାସହିତ ମେଢ଼ ବିସର୍ଜନ ପାଇଁ ଭସାଣୀ ଶୋଭାଯାତ୍ରା ହୋଇପାରିବ ନାହିଁ। କୌଣସି ପରିସ୍ଥିତିରେ ପୂଜା ମଣ୍ଡପରେ ଏକସଙ୍ଗେ ୭ଜଣରୁ ଅଧିକ କମିଟି ସଦସ୍ୟ ଉପସ୍ଥିତ ରହିବେ ନାହିଁ ବୋଲି ବିଏମସି ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।

ପୂଜା କମିଟି ଓ ଆୟୋଜକମାନେ ପୂଜା ମଣ୍ଡପ ବା ପେଣ୍ଡାଲରେ କରୋନା ନିୟମକୁ କଡ଼ାକଡ଼ି ପାଳନ କରିବେ। ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ଓ ସାନିଟାଇଜେସନ୍ ନିୟମକୁ ପାଳନ କରିବା ସହ ପୁଲିସ କମିଶନରଙ୍କଠୁ ପୂଜା ମଣ୍ଡପ ନିମନ୍ତେ ଅନୁମତି ନେବେ। ସେହିପରି ପୂଜା ବେଶୀ ଆଡ଼ମ୍ବରପୂର୍ଣ୍ଣ ହେବ ନାହିଁ। ଅର୍ଥାତ୍ ବେଶି ଜାକଜମକରେ ପୂଜା ଆୟୋଜନ କରାଯିବ ନାହିଁ । କେବଳ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ହେବ। ବିଏମସି ଅଞ୍ଚଳର ପୂଜା ମଣ୍ଡପରେ ତିନିପଟ ଅବଦ୍ଧ ରହିବ । ମା’ଙ୍କ ମୂର୍ତ୍ତିର ଉଚ୍ଚତା ସର୍ବାଧିକ ୪ଫୁଟ ରହିବ। ସେହିପରି ଭସାଣି ଅନୁମତି ଦିଆଯିବ ନାହିଁ । ବିସର୍ଜନ ପାଇଁ ବିଏମସି ପକ୍ଷରୁ କୃତ୍ରିମ ପୋଖରୀ ସୃଷ୍ଟି କରାଯିବ। ବିସର୍ଜନବେଳେ ସର୍ବାଧିକ ୧୦ଜଣ ଲୋକଙ୍କୁ ଏକଜୁଟ ହେବାକୁ ଅନୁମତି ଦିଆଯାଉଥିବାରୁ ମୂର୍ତ୍ତିର ଉଚ୍ଚତା ଓ ଓଜନକୁ ସୀମିତ ରଖିବାକୁ ବିଏମସି କମିଶନର ପରାମର୍ଶ ଦେଇଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ