Masthead

ବିବାହ ଶେଭାଯାତ୍ରାରୁ ଉଠିଲା କଟକଣା

ଭୁବନେଶ୍ୱର (ବଡ଼ ଖବର): ଦୀର୍ଘ ୯ ମାସ ପରେ ବିବାହ ଶୋଭାଯାତ୍ରା ଉପରୁ ଉଠିଲା କଟକଣା । ବିବାହ ଉତ୍ସବରେ ସାମିଲ ହୋଇପାରିବେ ୨୦୦ ବରଯାତ୍ରୀ । ବାଜାବାଦ୍ୟ ଓ ନୃତ୍ୟଗୀତର ଶୋଭାଯାତ୍ରାରେ ସାମିଲ ହୋଇପାରିବେ ସାଙ୍ଗସାଥୀ ଓ ବନ୍ଧୁ ପରିଜନ । ରାଜ୍ୟ ସରକାରଙ୍କ ପକ୍ଷରୁ ବିବାହ ଓ ଅନ୍ତିମ ସଂସ୍କାର ନେଇ ପୂର୍ବରୁ ଜାରି କରାଯାଇଥିବା ଗାଇଡଲାଇନରେ କେତେକ ପରିବର୍ତ୍ତନ କରାଯାଇଛି । ଶାସନ ସଚିବ ପ୍ରଦୀପ ଜେନା ପ୍ରେସ୍ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି । ପ୍ରଦୀପ ଜେନାଙ୍କ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ କରୋନା ମହାମାରୀ ପାଇଁ ପୂର୍ବରୁ ବାହାଘର ଶୋଭାଯାତ୍ରା ଉପରେ ଲାଗୁ କରାଯାଇଥିବା କଟକଣାକୁ ଓଡ଼ିଶା ସରକାର ପ୍ରତ୍ୟାହାର କରି ନେଇଛନ୍ତି ।

ବର୍ତ୍ତମାନ ପରିସ୍ଥିତିକୁ ଦେଖି ବିବାହରେ ବର, କନ୍ୟା, ପୁରୋହିତ, ବନ୍ଧୁ, ସମ୍ପର୍କୀୟ, ଅତିଥି, ବ୍ୟାଣ୍ଡ ପାର୍ଟି, ଲାଇଟ୍ ଏବଂ ସାଉଣ୍ଡ ସିଷ୍ଟମର ସଦସ୍ୟ ଅଂଶଗ୍ରହଣ କରିପାରିବେ ବୋଲି ନିଷ୍ପତ୍ତି ହୋଇଛି । ବିବାହ ଉତ୍ସବରେ କୋଭିଡ କଟକଣା ନିୟମକୁ କଡ଼ାକଡ଼ି ପାଳନ କରାଯିବ । ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା, ସାନିଟାଇଜର ବ୍ୟବହାର, ହାତ ଧୋଇବା ଏବଂ ଥର୍ମାଲ୍ ସ୍କାନିଂର ବ୍ୟବସ୍ଥାକୁ ବାଧ୍ୟତାମୂଳକ କରାଯାଇଛି । ଉଭୟ ବର ଓ କନ୍ୟା ପକ୍ଷ କୋଭିଡ ନିୟମ ମାନି ବିବାହ ଆୟୋଜନ କରିବେ । ନିୟମ ଉଲ୍ଲଙ୍ଘନ କଲେ ଉଭୟ ବର ଓ କନ୍ୟା ପକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି