Masthead

ମୟୂରଭଞ୍ଜ ବନ୍ଦ ଡାକରା ସଫଳ

ମୟୂରଭଞ୍ଜ(ବଡ଼ ଖବର ବ୍ୟୁରୋ): ଆଜି ୯ଘଣ୍ଟିଆ ମୟୂରଭଞ୍ଜ ବନ୍ଦ । ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଶିମିଳିପାଳ ଅରଣ୍ୟରେ ଜଳୁଥିବା ନିଆଁ ଲିଭାଇବା ଏବଂ ଅରଣ୍ୟର ସୁରକ୍ଷା ଦାୟିତ୍ୱ ନ୍ୟସ୍ତ ଥିବା ‘ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ’ର ଉପନିର୍ଦ୍ଦେଶକ ଯଜ୍ଞଦତ୍ତ ପତିଙ୍କ ସମେତ ଅନ୍ୟ ବରିଷ୍ଠ ପଦାଧିକାରୀଙ୍କ ବହିଷ୍କାର ଦାବି କରି ଆଜି ଜିଲ୍ଲାର ଅଗ୍ରଣୀ ସଙ୍ଗଠନ ‘ଭଞ୍ଜସେନା’ ପକ୍ଷରୁ ଆରମ୍ଭ ହୋଇଛି । ଅଣ ରାଜନୈତିକ ଦଳ ଭଞ୍ଜସେନା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ଶିମିଳିପାଳ ଅଭୟାରଣ୍ୟରେ ନିଆଁ ଲିଭାଇବାରେ ବିଫଳ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଦ୍ଧରେ ଗର୍ଜିବା ସହ ଏହି ବନ୍ଦ ଡାକରା ଦିଆଯାଇଛି ।

ସକାଳ ୬ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯିବ । ଦୋକାନ ବଜାର, ଯାନବାହାନ ଚଳାଚଳ, ସ୍କୁଲ କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି । ବସ, ଟ୍ରକ ଚଳାଚଳ ମଧ୍ୟ ବନ୍ଦ ରହିଛି । ଅଭୟାରଣ୍ୟରେ ୧୫ଦିନରୁ ଅଧିକ ଦିନ ହେବ ନିଆଁ ଲାଗିଛି । ଏହାକୁ ତୁରନ୍ତ ଆୟତ କରି ପୂର୍ବ ଗୌରବ ଗରିମାକୁ ଫେରାଇ ଆଣିବାକୁ ଦାବି କରିଛି ଅଣରାଜନୈତିକ ସଂଗଠନ । ବନ୍ଦଯୋଗୁଁ ଜନସାଧାରଣଙ୍କର ସ୍ୱାଭାବିକ ଜୀବନଯାପନ ପ୍ରଭାବିତ ହୋଇଥିବା ଜଣାପଡ଼ିଛି। ଏହି ବନ୍ଦ ୧୨ ଘଣ୍ଟା ଧରି ଚାଲିବ ବୋଲି ପୂର୍ବରୁ ଘୋଷଣା କରାଯାଇଥିଲା, କିନ୍ତୁ ଆସନ୍ତାକାଲି ମହାଶିବରାତ୍ରୀ ପଡୁଥିବାରୁ ବନ୍ଦ ସମୟ ଅବଧି ୯ ଘଣ୍ଟାକୁ ହ୍ରାସ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ