Masthead

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ  (ବଡ଼ ଖବର ବ୍ୟୁରୋ): ଆଜି ଅପରାହ୍ନରେ ପୁରୀ ନିଳାଦ୍ରୀ ଭକ୍ତ ନିବାସରେ ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ। ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ଆସନ୍ତା ୩୦ରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜାନ୍ଦ୍ରିଭିଷେକ ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଚୁଡାନ୍ତ ହୋଇଥିବା ନୀତି ନିର୍ଘଣ୍ଟକୁ ମୋହର ମାରିବ ପରିଚାଳନା କମିଟି।

ସେହିପରି ଜୁନ ୪ ରେ ଅନୁଷ୍ଠିତ ହେବାକୁ ଥିବା ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ସହ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା କିଭଳି ଶୃଙ୍ଖଳିତ ହେବ ସେନେଇ ବୈଠକରେ ଆଲୋଚନା ହେବ। ମହାପ୍ରଭୁଙ୍କ ଶୃଙ୍ଖଳିତ ନୀତି କାନ୍ତି, ଭକ୍ତଙ୍କ ସୁରକ୍ଷା ସହ ଶୃଙ୍ଖଳିତ ଦର୍ଶନ, ଶ୍ରୀମନ୍ଦିର ଐତିହ୍ୟ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ୟ୍ୟର ଅଗ୍ରଗତି ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା ହେବ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ, ପରିଚାଳନା କମିଟି ସଦସ୍ୟ, ଜିଲ୍ଲାପାଳ ସମର୍ଥ ବର୍ମା, ଏସପି ଡଃ କନୱର ବିଶାଳ ସିଂଙ୍କ ସହ ବରିଷ୍ଠ ପ୍ରଶାସନିକ ଅଧିକାରୀ ମାନେ ବୈଠକରେ ଉପସ୍ଥିତ ରହିବେ। ସେପଟେ ରଥଯାତ୍ରା ସମୟରେ ଶ୍ରୀମନ୍ଦିର ସିଂହଦ୍ଵାର ରୂପା ଛାଉଣୀ ହେବା ନେଇ ହୋଇଥିବା ନିଷ୍ପତ୍ତି ଉପରେ ଆଲୋଚନା କରାଯିବ। ଗତ ଛତିଶା ନିଯୋଗ ବୈଠକରେ ରାଜାନ୍ଦ୍ରିଭିଷେକ ଠାରୁ ନୀଳାଦ୍ରି ବିଜେ ପର୍ୟ୍ୟନ୍ତ ଚୁଡାନ୍ତ ହୋଇଥିବା ସମସ୍ତ ନୀତି ନିର୍ଘଣ୍ଟକୁ ମୋହର ମାରିବ ଶ୍ରୀମନ୍ଦିର ପରିଚାଳନା କମିଟି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ