Masthead

ବର୍ଷାରେ ଭିଜିବ ରଥଯାତ୍ରା, ୭ ଓ ୮ ତାରିଖରେ ବର୍ଷା ନେଇ ପାଣିପାଗ ବିଭାଗର ସୂଚନା

ପୁରୀ (ବଡ଼ ଖବର ବ୍ୟୁରୋ): ବର୍ଷାରେ ଭିଜିବେ ମହାପ୍ରଭୁ ଜଗନ୍ନାଥ। ରଥଯାତ୍ରାରେ ପୁରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶ୍ରୀକ୍ଷେତ୍ର ପରି ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିସହ ବଜ୍ରପାତ ଓ ଘଡଘଡି ହେବାର ସମ୍ଭାବନା ରହିଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ୭ ଓ ୮ ତାରିଖରେ ପୁରୀରେ ବର୍ଷା ଆଶଙ୍କା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।  ପାଣିପାଗ କେନ୍ଦ୍ରର ସୂଚନା ସୂଚନାନୁସାରେ, ଶନିବାର ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ ଓ ମାଲକାନଗିରି ଜିଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରବିବାର କନ୍ଧମାଳ, ଗଞ୍ଜାମ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା, ପୁରୀ, ନୟାଗ ଗଜପତି, ରାୟଗଡା ଓ କଳାହାଣ୍ଡି ଜିଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖ ଅର୍ଥାତ ମୟୂରଭଞ୍ଜ,କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡା କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୯ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଓ ଝାରସୁଗୁଡା ଜିଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି