Masthead

ବର୍ଷାରେ ଭିଜିବ ରଥଯାତ୍ରା, ୭ ଓ ୮ ତାରିଖରେ ବର୍ଷା ନେଇ ପାଣିପାଗ ବିଭାଗର ସୂଚନା

ପୁରୀ (ବଡ଼ ଖବର ବ୍ୟୁରୋ): ବର୍ଷାରେ ଭିଜିବେ ମହାପ୍ରଭୁ ଜଗନ୍ନାଥ। ରଥଯାତ୍ରାରେ ପୁରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶ୍ରୀକ୍ଷେତ୍ର ପରି ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିସହ ବଜ୍ରପାତ ଓ ଘଡଘଡି ହେବାର ସମ୍ଭାବନା ରହିଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ୭ ଓ ୮ ତାରିଖରେ ପୁରୀରେ ବର୍ଷା ଆଶଙ୍କା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।  ପାଣିପାଗ କେନ୍ଦ୍ରର ସୂଚନା ସୂଚନାନୁସାରେ, ଶନିବାର ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ ଓ ମାଲକାନଗିରି ଜିଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରବିବାର କନ୍ଧମାଳ, ଗଞ୍ଜାମ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା, ପୁରୀ, ନୟାଗ ଗଜପତି, ରାୟଗଡା ଓ କଳାହାଣ୍ଡି ଜିଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖ ଅର୍ଥାତ ମୟୂରଭଞ୍ଜ,କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡା କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୯ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଓ ଝାରସୁଗୁଡା ଜିଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ