Masthead

ୟୁଜି, ପିଜି ପରୀକ୍ଷାକୁ ନେଇ ବିଶ୍ୱ ବିଦ୍ୟାଳୟ କୁଳପତିଙ୍କ ସହ ଆଲୋଚନା କରିବେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବନ୍ଦ ହୋଇ ପଡ଼ିଛି ରାଜ୍ୟରେ ସ୍କୁଲ କଲେଜ । ଅନଲାଇନ ଯୋଗେ କ୍ଲାସ କରୁଛନ୍ତି ଛାତ୍ରଛାତ୍ରୀ । ତେବେ କରୋନା ପାଇଁ କିଭଳି ପାଠପଢ଼ା ଜାରି ରହିବ, ସେ ନେଇ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଯୋଜନା ପ୍ରସ୍ତୁତ କରୁଛି । ସ୍ନାତକ(ୟୁଜି) ଓ ସ୍ନାତକୋତ୍ତର (ପିଜି)ର ନାମଲେଖା, ପାଠପଢ଼ା ଓ ପରୀକ୍ଷା ନେଇ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ସହ ହେବାକୁ ଯାଉଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ ସାହୁ ଏହି ବୈଠକର ଅଧ୍ୟକ୍ଷତା କରିବେ । ଲକଡାଉନ ବେଳେ ପାଠପଢ଼ା ସହିତ ୟୁଜି ବା ପିଜି ପରୀକ୍ଷାକୁ ନେଇ ମଧ୍ୟ କୁଳପତି ମାନଙ୍କ ମତାମତ ନିଆଯିବ ।

ସେପଟେ ଯୁକ୍ତ ଦୁଇ ଫଳାଫଳ ବାହାରିବା ପରେ ନାମଲେଖା କିପରି ହେବ ଏ ସଂକ୍ରାନ୍ତରେ ମଧ୍ୟ ଡିଗ୍ରୀ କଲେଜର ଅଧ୍ୟକ୍ଷଙ୍କ ସହ ଆଲୋଚନା କରାଯିବ । ପରୀକ୍ଷା ନେଇ ଉଭୟ କଲେଜ ଓ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷମାନଙ୍କ ମତ ନିଆଯିବ । ଏହାପରେ ବିଭାଗ ପରୀକ୍ଷା ନେଇ ଚୂଡାନ୍ତ ନିଷ୍ପତ୍ତି ନେବ । ତେବେ କୋଭିଡ୍‌ ପାଇଁ ଭର୍ଚୁଆଲ୍‌ ମିଟିଂରେ ଆଲୋଚନା କରାଯିବ ବୋଲି ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’