Masthead

ରାସ୍ତା କାମରେ ଲାଗିଥିବା ମେସିନ ଜାଳିଲେ ମାଓବାଦୀ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଓବାଦୀଙ୍କ ଲଙ୍କାକାଣ୍ଡ । ରାସ୍ତା କାମରେ ଲାଗିଥିବା ଜେସିବିରେ ନିଆଁ ଲଗାଇଲେ ନକ୍ସଲ । ସୀମାନ୍ତ ଛତିଶଗଡ଼ର କାଙ୍କେର ଜିଲ୍ଲାରେ ମାଓବାଦୀଙ୍କ ଲଙ୍କାକାଣ୍ଡ। ଗଟ୍ଟାକାଲରୁ ମେଣ୍ଡ୍ରି ପର୍ଯ୍ୟନ୍ତ ରାସ୍ତା ନିର୍ମାଣରେ ନିୟୋଜିତ ୩ଟି ଗାଡି, ଦୁଇଟି ଜେସିବି ଏବଂ ସଡ଼କ ନିର୍ମାଣ କାର୍ଯ୍ୟ କରୁଥିବା ମିକ୍ସର୍ ମେସିନରେ ନିଆଁ ଲଗାଇଲେ ମାଓବାଦୀ। ଏହି ଘଟଣାରେ ୧୫ ଅଧିକ ନକ୍ସଲ ମାଓବାଦୀ ସାମିଲ ଥିବା ଜଣାପଡିଛି।

ସମସ୍ତ ଗାଡିଗୁଡିକ ଜାଳିବା ପୂର୍ବରୁ ମାଓବାଦୀମାନେ ଘଟଣାସ୍ଥଳରେ ଥିବା ଡ୍ରାଇଭର ଏବଂ ଶ୍ରମିକମାନଙ୍କୁ ଧମକ ଦେବା ସହ ସେମାନଙ୍କୁ ସେଠାରୁ ଚାଲିଯିବାକୁ କହିଥିଲେ। ଏହି ଘଟଣା ପରେ କଣ୍ଟ୍ରାକ୍ଟରଙ୍କ ଅବହେଳା ମଧ୍ୟ ସାମ୍ନାକୁ ଆସିଛି । ନକ୍ସଲ ପ୍ରବଣ ଅଞ୍ଚଳରେ ରାସ୍ତା ନିର୍ମାଣ କାର୍ଯ୍ୟ କରୁଥିବା କଣ୍ଟ୍ରାକ୍ଟର କୌଣସି ସୁରକ୍ଷା ବିନା ପୋଲିସକୁ ନ ଜଣାଇ କାର୍ଯ୍ୟ କରୁଛନ୍ତି। ଯାହା ଫଳରେ ନକ୍ସଲମାନେ ଏହିଭଳି ଅଗ୍ନିକାଣ୍ଡ ଘଟଣାକୁ ସହଜରେ ଘଟାଇ ପାରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ