Masthead

୨୯ରୁ ଦୁର୍ବଳ ହୋଇପାରେ ମୌସୁମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୯ରୁ ଦୁର୍ବଳ ହୋଇପାରେ ମୌସୁମୀ । ଓଡ଼ିଶାରେ ମୌସୁମୀ ବାୟୁର ପ୍ରବେଶ ପରେ ଜୁନ ମାସରେ ସ୍ୱଭାବିକ ବର୍ଷା ହୋଇଛି । ଚଳିତ ମାସରେ ମୋଟ ବର୍ଷା ପରିମାଣକୁ ମିଶାଇ ରାଜ୍ୟରେ ୩ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ଜଣାପଡିଛି ।

ଜୁନ୍ ୧ରୁ ୨୬ ତାରିଖ ମଧ୍ୟରେ ରାଜ୍ୟରେ ୧୭୫.୩ ମିମି ବର୍ଷା ହୋଇଥାଏ । ଚଳିତବର୍ଷ ଏହି ସମୟ ମଧ୍ୟରେ ୧୬୯.୬ ମିମି ବର୍ଷା ହୋଇଛି, ଯାହା ସ୍ବାଭାବିକଠାରୁ ୩ ପ୍ରତିଶତ କମ୍ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ରାଜ୍ୟର ୧୦ ଜିଲ୍ଲାରେ ଅତିରିକ୍ତ ବର୍ଷା ହୋଇଥିବା ବେଳେ ଗଞ୍ଜାମ, ଗଜପତି ଓ ଭଦ୍ରକ ଆଦି ୩ ଜିଲ୍ଲାରେ ୪୦%ରୁ କମ୍ ବର୍ଷା ହୋଇଛି ।

ଆସନ୍ତା କିଛି ଦିନ ଅର୍ଥାତ ଜୁଲାଇ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ମଧ୍ୟ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ । ତେଣୁ କମ୍ ବୃଷ୍ଟିପାତ ହୋଇଥିବା ଜିଲ୍ଲାଗୁଡ଼ିକରେ ଚାଷ କାର୍ଯ୍ୟ ପ୍ରଭାବିତ ହେବା ନେଇ ଆଶଙ୍କା ଦେଖାଦେଇଛି । ଜୁଲାଇ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଉପକୂଳ ଜିଲ୍ଲା ସମେତ ସଂଲଗ୍ନ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ହେବ। ବିଶେଷକରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି