୨୯ରୁ ଦୁର୍ବଳ ହୋଇପାରେ ମୌସୁମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୯ରୁ ଦୁର୍ବଳ ହୋଇପାରେ ମୌସୁମୀ । ଓଡ଼ିଶାରେ ମୌସୁମୀ ବାୟୁର ପ୍ରବେଶ ପରେ ଜୁନ ମାସରେ ସ୍ୱଭାବିକ ବର୍ଷା ହୋଇଛି । ଚଳିତ ମାସରେ ମୋଟ ବର୍ଷା ପରିମାଣକୁ ମିଶାଇ ରାଜ୍ୟରେ ୩ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ଜଣାପଡିଛି ।

ଜୁନ୍ ୧ରୁ ୨୬ ତାରିଖ ମଧ୍ୟରେ ରାଜ୍ୟରେ ୧୭୫.୩ ମିମି ବର୍ଷା ହୋଇଥାଏ । ଚଳିତବର୍ଷ ଏହି ସମୟ ମଧ୍ୟରେ ୧୬୯.୬ ମିମି ବର୍ଷା ହୋଇଛି, ଯାହା ସ୍ବାଭାବିକଠାରୁ ୩ ପ୍ରତିଶତ କମ୍ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ରାଜ୍ୟର ୧୦ ଜିଲ୍ଲାରେ ଅତିରିକ୍ତ ବର୍ଷା ହୋଇଥିବା ବେଳେ ଗଞ୍ଜାମ, ଗଜପତି ଓ ଭଦ୍ରକ ଆଦି ୩ ଜିଲ୍ଲାରେ ୪୦%ରୁ କମ୍ ବର୍ଷା ହୋଇଛି ।

ଆସନ୍ତା କିଛି ଦିନ ଅର୍ଥାତ ଜୁଲାଇ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ମଧ୍ୟ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ । ତେଣୁ କମ୍ ବୃଷ୍ଟିପାତ ହୋଇଥିବା ଜିଲ୍ଲାଗୁଡ଼ିକରେ ଚାଷ କାର୍ଯ୍ୟ ପ୍ରଭାବିତ ହେବା ନେଇ ଆଶଙ୍କା ଦେଖାଦେଇଛି । ଜୁଲାଇ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଉପକୂଳ ଜିଲ୍ଲା ସମେତ ସଂଲଗ୍ନ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ହେବ। ବିଶେଷକରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!