Masthead

ଜୁଲାଇ ୧୯ରୁ ସଂସଦର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଜୁଲାଇ ୧୯ରୁ ଆରମ୍ଭ ହେଉଛି ସଂସଦର ମୌସୁମୀ ଅଧିବେଶନ । ଜୁଲାଇ ୧୯ରୁ ଆରମ୍ଭ ହୋଇ ଏହା ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ । ସଂସଦୀୟ ବ୍ୟାପାର କମିଟି (ସିସିପିଏ) ମଙ୍ଗଳବାର ଦିନ ଜୁଲାଇ ୧୯ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ସଂସଦର ମୌସୁମୀ ଅଧିବେଶନକୁ ସୁପାରିଶ କରିଛି । ମୌସୁମୀ ଅଧିବେଶନ ସାଧାରଣତଃ ଜୁଲାଇର ତୃତୀୟ ସପ୍ତାହରେ ଆରମ୍ଭ ହୋଇ ୧୫ ଅଗଷ୍ଟ ପୂର୍ବରୁ ଶେଷ ହେବ । ଏହାପୂର୍ବରୁ ଲୋକସଭା ବାଚସ୍ପତି ଓମ ବିର୍ଲା କହିଛନ୍ତି, ସଂସଦର ମୌସୁମୀ ଅଧିବେଶନ ଅନୁଷ୍ଠିତ ହେବ ଏବଂ ଏଥିପାଇଁ ସମସ୍ତ ପ୍ରସ୍ତୁତି ଚାଲିଛି ।

ଏହାସହ ସେ କହିଛନ୍ତି, ସଚିବାଳୟର ସମସ୍ତ କର୍ମଚାରୀଙ୍କୁ ଟିକାକରଣ କରାଯାଇଛି ଏବଂ ୪୪୫ ଜଣ ସଦସ୍ୟ ପୃଥକ ଭାବରେ କରୋନା ଟିକା ନେଇଛନ୍ତି । ଅବଶିଷ୍ଟ ସଦସ୍ୟ ଏବଂ କର୍ମଚାରୀଙ୍କୁ ଶୀଘ୍ର ଟିକାକରଣ କରାଯିବ । ଆମେ ସଂସଦର ଉତ୍ପାଦକତା ବୃଦ୍ଧି କରିବାକୁ ନିରନ୍ତର ଚେଷ୍ଟା କରୁଛୁ । ଗତ ଅଧିବେଶନରେ ମଧ୍ୟ ଆମେ ସଦସ୍ୟଙ୍କ କୋଭିଡ ପରୀକ୍ଷା କରିଥିଲୁ । ଏହାସହ ବାଚସ୍ପତି କହିଛନ୍ତି, ଖୁସିର କଥା, କରୋନା ସଂକ୍ରମଣ ହ୍ରାସ ପାଉଛି, କିନ୍ତୁ ଆମକୁ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ