Masthead

ବିଳମ୍ବରେ ଫେରିବ ମୌସୁମୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଜୁନରୁ ସେପ୍ଟେମ୍ବର ମୌସୁମୀ ଋତୁ ସରିଛି । ଏବେ ଦେଶରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନର ସମୟ ଆସିଛି । ସାଧାରଣ ଭାବେ ସେପ୍ଟେମ୍ବର ୧ରୁ ଦେଶରୁ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଥାଏ । କିନ୍ତୁ ଚଳିତ ବର୍ଷ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ବିଳମ୍ବ ହେବ । ଏବର୍ଷ ୩୬ ଦିନ ବିଳମ୍ବ ଅର୍ଥାତ ଅକ୍ଟୋବର ୬ରେ ମୌସୁମୀ ବାୟୁ ଫେରିବ ବୋଲି ଜଣାପଡ଼ିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ବର୍ତ୍ତମାନ ଉତ୍ତର-ପଶ୍ଚିମ ଭାରତରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହୋଇଛି।

୬ ଅକ୍ଟୋବର ଆଡ଼କୁ ଉତ୍ତର-ପଶ୍ଚିମ ଭାରତରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଯିବ। ଏଥିସହ ଅକ୍ଟୋବର ୨୦ ସୁଦ୍ଧା ଓଡ଼ିଶାରୁ ‌ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଫେରିବ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ । ସାଧାରଣ ଭାବେ ଉତ୍ତର-ପଶ୍ଚିମ ଭାରତରୁ ମୌସୁମୀ ଫେରିଯିବାର ୪୫ ଦିନ ପରେ ଓଡ଼ିଶାରୁ ମୌସୁମୀ ବିଦାୟ ନେଇଥାଏ। କିନ୍ତୁ ଚଳିତ ବର୍ଷ ବିଳରେ ମୌସୁମୀ ବାୟୁ ଫେରୁଥିବାରୁ ଆହୁରି ଦେଢ଼ ମାସ ପର୍ଯ୍ୟନ୍ତ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ରହିବ । ଅନ୍ୟପଟେ ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବା ଯୋଗୁଁ ବିଭିନ୍ନ ଜିଲ୍ଲାରେ ଅଳ୍ପ ବହୁତ ବର୍ଷା ଜାରି ରହିବ।

ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଯାଇଛି। ବି‌ଶେଷ କରି ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହୋଇଛି। ଆସନ୍ତା ୨ ଦିନ ପର୍ୟ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୩ ଓ ୪ ଅକ୍ଟୋବର ଆଡ଼କୁ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ୫ ଅକ୍ଟୋବର ଆଡ଼କୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷାର ପରିମାଣ କମିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ